Posted inଜାତୀୟ

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ ହୋଇଯାଇଛନ୍ତି। ଏଭଳି ସ୍ଥିତିରେ ଏବେ ବିରୋଧୀ ଦଳ ଚିରାଗଙ୍କୁ ଅଫର ଦେବାକୁ ଆରମ୍ଭ କରିଥିବା ଜଣାପଡ଼ିଛି। କଂଗ୍ରେସ ହେଉ ବା ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସମସ୍ତେ ଚିରାଗଙ୍କୁ ସେମାନଙ୍କ ସହ ହାତ ମିଳାଇବାକୁ ଇଛା ପ୍ରକାଶ କରିଥିବା ଚର୍ଚ୍ଚା ହେଉଛି। ଶୁଣିବାକୁ ମିଳିଛି, ଆରଜେଡି ଓ କଂଗ୍ରେସ ପକ୍ଷରୁ ଚିରାଗଙ୍କୁ ଅଫର ଦିଆଯାଇଛି। ବର୍ତ୍ତମାନ ପରିସ୍ଥିତିରେଳ ସେ ଏନ୍‌ଡିଏଠାରୁ ଅଲଗା ହୋଇ ବିରୋଧୀଙ୍କୁ ମଜଭୁତ କରିବା ଲାଗି ଏକାଠି ହୁଅନ୍ତୁ ବୋଲି କୁହାଯାଇଛି। ସେହିପରି ଆରଜେଡିର ବିଧାୟକ ଭାଇ ବିରେନ୍ଦ୍ର କହିଛନ୍ତି, ବିହାରର ବର୍ତ୍ତମାନ ରାଜନୈତିକ ପରିସ୍ଥିତିରେ ଚିରାଗ ଓ ତେଜସ୍ବୀ ଏକାଠି ହେବା ପାଇଁ ପାଗ ଅନୁକୂଳ ରହିଛି। ତେଣୁ ଚିରାଗ ତେଜସ୍ବୀଙ୍କୁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବା ପାଇଁ ସାହାଯ୍ୟ କରନ୍ତୁ ଏବଂ ନିଜେ ଦିଲ୍ଲୀରେ ଦଳର ରାଜନୀତି ସମ୍ଭାଳନ୍ତୁ ବୋଲି ଭାଇ ବିରେନ୍ଦ୍ର କହିଛନ୍ତି। ଅନ୍ୟପଟେ କଂଗ୍ରେସର ବରିଷ୍ଠ ନେତା ପ୍ରେମଚନ୍ଦ୍ର ମିଶ୍ରା କହିଛନ୍ତି, ଚିରାଗ କଂଗ୍ରେସରେ ସାମିଲ ହୋଇ ବିରୋଧୀଙ୍କୁ ମଜଭୁୁତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri