Posted inଜାତୀୟ

ବାପାଙ୍କୁ ମୁଖାଗ୍ନି ଦେଲାବେଳେ ଚେତା ବୁଡ଼ିଗଲେ ଚିରାଗ ପାଶ୍ୱାନ

ପାଟନା, ୧୦।୧୦: ଦିଗଂବତ କେନ୍ଦ୍ରମନ୍ତ୍ରୀ ତଥା ବିହାରର ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ର ପ୍ରତିଷ୍ଠାତା ରାମବିଳାସ ପାଶ୍ୱାନଙ୍କ ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶନିବାର ଶେଷ ହୋଇଛି। ସ୍ଥାନୀୟ ଜର୍ଦାନ ଘାଟରେ ଅନୁଷ୍ଠିତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଅବସରରେ ରାମବିଳାସଙ୍କ ପୁଅ ଚିରାଗ ପାଶ୍ୱାନ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ତେବେ ବାପାଙ୍କୁ ମୁଖାଗ୍ନି ଦେଉଥିବା ସମୟରେ ଚିରାଗ ଚେତାଶୂନ୍ୟ ହୋଇପଡ଼ିଥିବା ଜଣାପଡ଼ିଛି। ପିତାଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ିଥିବା ଚିରାଗ କେତେବେଳେ ନିଜ କୋହ ସମ୍ଭାଳିକି ରଖୁଥିଲେ ତ ପୁଣି କେତେବେଳେ ମା’ଙ୍କ ଆଖିରୁ ଲୁହ ପୋଛି ଦେଉଥିବାର ଦେଖିବାକୁ ମିଳିଥିଲା। ତେବେ ମୁଖାଗ୍ନି ଦେବା ସମୟରେ ଚିରାଗ ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ତାଙ୍କ ସମ୍ପର୍କୀୟ ଭାଇ ଓ ଅନ୍ୟଲୋକମାନେ ଚିରାଗଙ୍କୁ ସମ୍ଭାଳି ନେଇଥିଲେ। ବିହାର ରାଜନୀତିର ଏହି ଚର୍ଚ୍ଚିତ ଚେହେରାଙ୍କୁ ଅନ୍ତିମ ବିଦାୟ ଜଣାଇବା ପାଇଁ ସ୍ଥାନୀୟ ଜନାର୍ଦ୍ଦନ ଘାଟ ଲୋକାରଣ୍ୟ ହୋଇପଡ଼ିଥିଲା। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି, କେନ୍ଦ୍ରମନ୍ତ୍ରୀ ରବି ଶଙ୍କର ପ୍ରସାଦ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?