Posted inଜାତୀୟ

ଚିରାଗ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଏଲ୍‌ଜେପି

ପାଟନା,୨୯ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏନ୍‌ଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାର ଓ ମହାମେଣ୍ଟ ପକ୍ଷରୁ ତଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯିବ ବୋଲି ଆଲୋଚନା ହେଉଛି । ହେଲେ ଏଲ୍‌ଜେପି ସ୍ପଷ୍ଟ କହିଛି ଯେ ଦଳ ପକ୍ଷରୁ ଚିରାଗ ପାଶୱାନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ରାଷ୍ଟ୍ରୀୟ ମହାସଚିବ ଶାହନବାଜ ଅହମ୍ମଦ କୈଫ ମଙ୍ଗଳବାର କହିଛନ୍ତି ନିଶ୍ଚିତ ଭାବେ ଚିରାଗ ପାଶୱାନ ହେଉଛନ୍ତି ଆମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଏଥିରେ କୌଣସି ସନ୍ଦେହ ନାହିଁ । ଅନ୍ୟପଟେ ଜେଡିୟୁ ଓ ଭାଜପା ଆସନ ବଣ୍ଟାକୁ ନେଇ ଚର୍ଚ୍ଚା କରୁଛନ୍ତି । କୁହାଯାଉଛି କି ଏନ୍‌ଡିଏର ୨ ବଡ ଦଳ ମଧ୍ୟରେ ଆସନ ବଣ୍ଟାକୁ ନେଇ କଥା ହୋଇ ସାରିଛି । ୩୦ ସେପ୍ଟେମ୍ବରରେ ଏମାନେ ଆସନ ସମ୍ପର୍କରେ ଘୋଷଣା କରିପାରନ୍ତି । ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ଏମାନେ ଆସନ ଘୋଷଣା କରିପାରନ୍ତି ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri