Posted inଜାତୀୟ

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୁରଜଭାନ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟାର ପରିଚାଳନା କରିବେ ବୋଲି ଜଣାପଡ଼ିଛି। ନିୟମ ଅନୁଯାୟୀ ଜଣେ ବ୍ୟକ୍ତିଙ୍କୁ ଗୋଟିଏ ପଦ ଅଧାରରେ ଚିରାଗଙ୍କୁ ଏହି ପଦରୁ ହଟାଇଦିଆଯାଇଥିବା କୁହାଯାଉଛି। ୫ଦିନ ଭିତରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡକାଯାଇ ନୂଆ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଜୁନ ୨୦ ପୂର୍ବରୁ ଏଲ୍‌ଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ପଶୁପତି କୁମାର ପାରସ ନିର୍ବାଚିତ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହାପୂର୍ବରୁ ଚିରାଗଙ୍କୁ ଏଲ୍‌ଜେପିର ସଂସଦୀୟ ଦଳର ନେତା ପଦରୁ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ କକା ପଶୁପତି କୁମାରଙ୍କୁ ନୂଆ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରାଯାଇଥିଲା। ତେବେ ରାଷ୍ଟ୍ରୀୟ ପଦରୁ ଚିରାଗଙ୍କୁ ହଟାଯିବା ପରେ କକା ଓ ପୁତୁରାଙ୍କୁ ମଧ୍ୟରେ କୌଣସି ବୁଝାମଣାର ସମସ୍ତ ସମ୍ଭାବନା ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri