ଭୋଟ୍‌ ବର୍ଜନ କରିବେ ଚିଟ୍‌ଫଣ୍ଡ ଜମାକରୀ

ବରଗଡ଼ ଅଫିସ୍‌,୧୭।୧: ଚିଟଫଣ୍ଡ୍‌ ସଂସ୍ଥାରେ କ୍ଷତିଗ୍ରସ୍ତ ଜମାକାରୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଜମାଟଙ୍କା ଫେରି ପାଇନାହାନ୍ତି। ଏହାକୁ ନେଇ ସମ୍ପୃକ୍ତ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଚିଟଫଣ୍ଡ୍‌ କ୍ଷତିଗ୍ରସ୍ତ ମିଳିତ ମଞ୍ଚ ବରଗଡ଼ ଜିଲା ଜିଲାପାଳ ଅଫିସ ଆଗରେ ଧାରଣା ଦିଆଯାଇଥିଲା। ଏପର୍ଯ୍ୟନ୍ତ ସେମାନେ ଜମାଟଙ୍କା ଫେରି ପାଇ ନ ଥିବା ଯୋଗୁ ଆଗାମୀ ପଞ୍ଚାୟତ ଭୋଟ୍‌କୁ ବର୍ଜନ କରିବେ ବୋଲି ଧାରଣାକାରୀମାନେ କହିଛନ୍ତି। ଏପରିକି ଯେ ପର୍ଯ୍ୟନ୍ତ ସେମାନଙ୍କୁ ଜମାଟଙ୍କା ଫେରସ୍ତ ମିଳିବ ନାହିଁ ସେତେଦିନ ପର୍ଯ୍ୟନ୍ତ ସେମାନେ ନିର୍ବାଚନ ବର୍ଜନ କରି ଆସୁଥିବେ ବୋଲି ଜମାକାରୀମାନେ ଚେତାବନୀ ଦେଇଛନ୍ତି।

ଚିଟଫଣ୍ଡ୍‌ ସଂସ୍ଥାଭାବେ ଚିହ୍ନଟ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାରେ ବହୁଲୋକେ ଅର୍ଥ ଜମା କରି ଆସିଥିଲେ। ପରେ ସମ୍ପୃକ୍ତ ସଂସ୍ଥାଗୁଡ଼ିକ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଠକିଥିବା ପଦାକୁ ଆସିଥିଲା। ଏହାପରେ ସମ୍ପୃକ୍ତ ସଂସ୍ଥାଗୁଡ଼ିକ ବିରୋଧରେ ରାଜ୍ୟ ସରକାର କାର୍ଯାନୁଷ୍ଠାନ ନେଇଥିଲେ। ଏହା ସହିତ ଜମାକାରୀ କ୍ଷତିଗ୍ରସ୍ତ ଲୋକଙ୍କୁ ଚିହ୍ନଟ କରାଯିବା ପାଇଁ ଗତ ୨୦୧୩ରେ କମିଶନ ଗଠନ କରାଯାଇଥିଲା। ସେହିପରି ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାର ସମ୍ପତ୍ତି ଜବତ ହୋଇଥିଲା। ମାତ୍ର ଏପର୍ଯ୍ୟନ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ମିଳି ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଚିଟଫଣ୍ଡ୍‌ କ୍ଷତିଗ୍ରସ୍ତ ମିଳିତ ମଞ୍ଚକୁ ଓହ୍ଲାଇଥିବା ମଞ୍ଚର କର୍ମକର୍ତ୍ତାମାନେ କହିଛନ୍ତି। ଆନ୍ଦାଳନରେ ମଞ୍ଚ ନେତା ରମେଶ ମହାପାତ୍ର, ଜିଲା ସଂଯୋଜକ ସୁଶାନ୍ତ ମହାପାତ୍ର, ସୁଦାମ ବେହେରା, ଶତୃଘ୍ନ ମହାକୁର, ଲୋକନାଥ ଜାଲ, ସୁନିଲ ବାଗ, ଜଗନ୍ନାଥ ଷଡ଼ଙ୍ଗୀ ପ୍ରମୁଖ ଏଥିରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri