ଚିଟ୍‌ଫଣ୍ଡ ଠକେଇ: ରାଜ ଗଡସନ୍‌ ଏମ୍‌ଡିଙ୍କୁ ୫ବର୍ଷ ଜେଲ

ବାଲେଶ୍ୱର ଅଫିସ, ୭।୨:ବାଲେଶ୍ୱର ଚିଟ୍‌ଫଣ୍ଡ ଅଦାଲତର ବିଚାରପତି ବିଶ୍ୱଜିତ୍‌ ଦାସ ଏକ ଠକେଇ ମାମଲାର ବିଚାର କରି ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଜଗଦୀଶ ମିଶ୍ରଙ୍କୁ ୫ବର୍ଷ ଜେଲ୍‌ଦଣ୍ଡ ସହ ୩ଲକ୍ଷ ୮୧ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନଦେୟ ଆଉ ଅଧିକ ଅଢ଼େଇବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ଗତ ୨୦୧୦ରେ ଜଗଦୀଶ ମିଶ୍ର ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରା.ଲିଃ. ନାମରେ ଚିଟ୍‌ଫଣ୍ଡ ସଂସ୍ଥା କରି ଏହାର ମୁଖ୍ୟ ଅଫିସ୍‌ ଭୁବନେଶ୍ୱରର ନିଳାଦ୍ରୀ ବିହାର ଓ ବ୍ରାଞ୍ଚ ଅଫିସ୍‌ ବାଲେଶ୍ୱର ମଲ୍ଲିକାଶପୁର ସହ ମୟୂରଭଞ୍ଜ ଓ ଭଦ୍ରକ ଜିଲାରେ ଶାଖା ଖୋଲିଥିଲେ। ଜମାକାରୀଙ୍କୁ ମୂଳ ଟଙ୍କାର ୪ବର୍ଷରେ ୨ଗୁଣା ଓ ୭ବର୍ଷରେ ୪ ଗୁଣା ଫେରସ୍ତ ଦେବା ସହ ବାଲେଶ୍ୱର ଟାଉନ ଓ ଆଖପାଖ ଅଞ୍ଚଳର ସମାନ ମୂଲ୍ୟର ଜମିର ପ୍ଲଟ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଉଠାଇଥିଲେ। ଏହାର ଖିଲାପ ହେବାରୁ ଜମାକାରୀମାନେ ୨୦୧୬ ଅଗଷ୍ଟ ୨୩ରେ ଅଭିଯୋଗ କରିଥିଲେ। ଏନେଇ ମାମଲା (ନଂ. ୨୧୬/୧୬) ପ୍ରାଇଜ୍‌ ଚିଟ୍‌ ମନି ସର୍କୁଲେସନ୍‌ (ବ୍ୟାନିଂ) ଆକ୍ଟ ୧୯୭୮ ଓ ଓଡ଼ିଶା ପ୍ରୋଟେକ୍ସନ୍‌ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର୍ସ (ଇନ୍‌ ଫାଇନାନ୍‌ସିଆଲ୍‌ ଏଷ୍ଟାବ୍ଲିସ୍‌ମେଣ୍ଟ) ଆକ୍ଟ ୨୦୧୧ ଅନୁଯାୟୀ ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri