ଚିଟ୍‌ଫଣ୍ଡ ଠକେଇ: ରାଜ ଗଡସନ୍‌ ଏମ୍‌ଡିଙ୍କୁ ୫ବର୍ଷ ଜେଲ

ବାଲେଶ୍ୱର ଅଫିସ, ୭।୨:ବାଲେଶ୍ୱର ଚିଟ୍‌ଫଣ୍ଡ ଅଦାଲତର ବିଚାରପତି ବିଶ୍ୱଜିତ୍‌ ଦାସ ଏକ ଠକେଇ ମାମଲାର ବିଚାର କରି ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଜଗଦୀଶ ମିଶ୍ରଙ୍କୁ ୫ବର୍ଷ ଜେଲ୍‌ଦଣ୍ଡ ସହ ୩ଲକ୍ଷ ୮୧ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନଦେୟ ଆଉ ଅଧିକ ଅଢ଼େଇବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ଗତ ୨୦୧୦ରେ ଜଗଦୀଶ ମିଶ୍ର ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରା.ଲିଃ. ନାମରେ ଚିଟ୍‌ଫଣ୍ଡ ସଂସ୍ଥା କରି ଏହାର ମୁଖ୍ୟ ଅଫିସ୍‌ ଭୁବନେଶ୍ୱରର ନିଳାଦ୍ରୀ ବିହାର ଓ ବ୍ରାଞ୍ଚ ଅଫିସ୍‌ ବାଲେଶ୍ୱର ମଲ୍ଲିକାଶପୁର ସହ ମୟୂରଭଞ୍ଜ ଓ ଭଦ୍ରକ ଜିଲାରେ ଶାଖା ଖୋଲିଥିଲେ। ଜମାକାରୀଙ୍କୁ ମୂଳ ଟଙ୍କାର ୪ବର୍ଷରେ ୨ଗୁଣା ଓ ୭ବର୍ଷରେ ୪ ଗୁଣା ଫେରସ୍ତ ଦେବା ସହ ବାଲେଶ୍ୱର ଟାଉନ ଓ ଆଖପାଖ ଅଞ୍ଚଳର ସମାନ ମୂଲ୍ୟର ଜମିର ପ୍ଲଟ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଉଠାଇଥିଲେ। ଏହାର ଖିଲାପ ହେବାରୁ ଜମାକାରୀମାନେ ୨୦୧୬ ଅଗଷ୍ଟ ୨୩ରେ ଅଭିଯୋଗ କରିଥିଲେ। ଏନେଇ ମାମଲା (ନଂ. ୨୧୬/୧୬) ପ୍ରାଇଜ୍‌ ଚିଟ୍‌ ମନି ସର୍କୁଲେସନ୍‌ (ବ୍ୟାନିଂ) ଆକ୍ଟ ୧୯୭୮ ଓ ଓଡ଼ିଶା ପ୍ରୋଟେକ୍ସନ୍‌ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର୍ସ (ଇନ୍‌ ଫାଇନାନ୍‌ସିଆଲ୍‌ ଏଷ୍ଟାବ୍ଲିସ୍‌ମେଣ୍ଟ) ଆକ୍ଟ ୨୦୧୧ ଅନୁଯାୟୀ ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri