ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ ଟଙ୍କା ଫେରାଯିବ

ବଇଣ୍ଡା,୨୩ା୫(ପରିକ୍ଷିତ ସାହୁ): ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡର ଶିକାର ହୋଇଥିବା ସମସ୍ତ ହିତାଧିକାରୀଙ୍କ ଟଙ୍କା ଫେରସ୍ତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀର କିଶୋରନଗର ବ୍ଲକ ବରପଡ଼ିଆଠାରେ ବୁଧବାର ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସେ କହିଛନ୍ତି, ଭତ୍ତା ଟଙ୍କା ୩ ହଜାରକୁ ବୃଦ୍ଧି ସହ କେନ୍ଦୁପତ୍ର ବିଡ଼ା ୨ ଟଙ୍କା କରାଯିବ। ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କା ପ୍ରଦାନ କରାଯିବ। ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ। ସମସ୍ତ ପରିବାରକୁ ମାଗଣା ବିଜୁଳି, ଶୌଚାଳୟ, ପକ୍କା ଘର ମିଳିବ। ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲାଯାଇ ସମସ୍ତ ସମ୍ପତ୍ତି ତାଲିକା ପ୍ରକାଶ କରାଯିବ ବୋଲି ପ୍ରଧାନ କହିଛନ୍ତି।
ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ ସଂଯୋଜକ ଡ. ଅଲେଖ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ, ଓଡ଼ିଆ ଲୋକଙ୍କ ମନରେ ସରକାର ପରିବର୍ତ୍ତନ ଚିନ୍ତା ଆସିଛି। ତେଣୁ ଓଡ଼ିଶାରେ ଏଥର ଭାଜପା ସରକାର ଗଠନ ହେବ। ଲୋକେ ଆଶୀର୍ବାଦ କଲେ ସେ ଦିଲ୍ଲୀ ଯାଇ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ସମସ୍ୟାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ପହଞ୍ଚାଇବେ। କୃଷି ବହୁଳ ଅଞ୍ଚଳ ଆଠମଲ୍ଲିକରେ ଜଳସେଚନ ବ୍ୟବସ୍ଥା ନାହିଁ। ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ହେବ। ଓଡ଼ିଶାର ସବୁ ଗାଁକୁ ପିଇବା ପାଣି ଯୋଗାଇ ଦେବା ପାଇଁ ମୋଦି ସରକାର ୧୦ ହଜାର କୋଟି ଟଙ୍କା ଦେଇଛନ୍ତି। ହେଲେ ଓଡ଼ିଶା ସରକାର ଏକ ତାମିଲ ଠିକାସଂସ୍ଥାକୁ ଏହି ଦାୟିତ୍ୱ ଦେଇଥିବା ଯୋଗୁ ଲୋକେ ପିଇବା ପାଣି ପାଇପାରୁନାହାନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ କରିଥିଲେ। ଏଥିରେ ଆଠମଲ୍ଲିକ ବିଧାୟକ ପ୍ରାର୍ଥୀ ସଞ୍ଜୀବ ସାହୁ ଯୋଗଦେଇ ଆଠମଲ୍ଲିକର ବିକାଶ ସର୍ବଦା କରି ଆସିଥିବାରୁ ତାଙ୍କୁ ଆଶୀର୍ବାଦ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଆଠମଲ୍ଲିକ ବିଧାନସଭା ପ୍ରଭାରୀ ସୀମାଞ୍ଚଳ ଖଟେଇ, ଜିଲା ଉପ ସଭାପତି ଅର୍ଜୁନ ସାହୁ, ପୂର୍ବତନ ଜିଲା ପରିଷଦ ସଭାପତି ଅଞ୍ଜଳି ପ୍ରଧାନ, ପରେଶ ଦେଓ, ଅର୍ଜୁନ ପାଣ୍ଡେ, ଶିବାନୀ ମାଝି, ପ୍ରବୋଧ ବେହେରା, ସରୋଜ କୁମାର ସାହୁ, ତିମିର ନାୟକ, ଅନିତା ଦାସ, ହୃଦାନଦ ପ୍ରଧାନଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri