Posted inଜାତୀୟ

ସୁପ୍ରିମକୋର୍ଟରେ ଚିଟ୍‌ଫଣ୍ଡ୍‌ ଦୁର୍ନୀତି: ଆମିକସ୍‌ କ୍ୟୁରି ନିଯୁକ୍ତ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ହାଇ-ପ୍ରୋଫାଇଲ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସହଯୋଗ ପାଇଁ ସୁପ୍ରିମକୋର୍ଟ ସୋମବାର ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ରୂପେ ନିଯୁକ୍ତ କରିଛନ୍ତି। ଜମାକାରୀମାନେ ନିଜ କଷ୍ଟ ଅର୍ଜିତ ଧନ ଫେରିପାଇ ନ ଥିବାବେଳେ ଆମିକସ୍‌ କ୍ୟୁରିଙ୍କ ନିଯୁକ୍ତି ସୋମାନଙ୍କ ମନରେ ଆଶା ସଞ୍ଚାର କରିଛି।
ଗତ ଅକ୍ଟୋବର ୧୧ରେ ସୁପ୍ରିମକୋର୍ଟ ଏକ ରିଟ୍‌ ପିଟିଶନ୍‌ର ଶୁଣାଣି କରି ଜମାକାରୀଙ୍କୁ ଟଙ୍କା ଫେରସ୍ତ ଦିଗରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି, ସେନେଇ ରିପୋର୍ଟ ଦାଖଲ କରିବାକୁ ଓଡ଼ିଶା ସରକାର ସମେତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ନର୍ଦ୍ଦେଶ ଦେଇଥିଲେ। ଜମା ଟଙ୍କା ଫେରସ୍ତରେ ଅହେତୁକ ବିଳମ୍ବ ହେଉଥିବାରୁ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହ ଏବଂ କ୍ରିଷ୍ଣାମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ ବର୍ତ୍ତମାନ ଯାଏ ହୋଇଥିବା ଅଗ୍ରଗତି ସମ୍ପର୍କରେ ୨୫ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏହାର ଶୁଣାଣି ବେଳେ ସିବିଆଇ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ମାଗିଥିଲା। ଏହି ବହୁ କୋଟି ଟଙ୍କା ଦୁର୍ନୀତି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧ରେ କରାଯିବ।
ସୋମବାର ଶୁଣାଣି ବେଳେ ଆବେଦନକାରୀ ପିନାକ ପାଣି ମହାନ୍ତିଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କହିଥିଲେ, ଅବେଦନକାରୀଙ୍କ ପୃଷ୍ଠଭୂମି ଅତ୍ୟନ୍ତ ସନ୍ଦେହଜନକ ରହିଛି। ପିଟିଶନର୍‌ ଏହି ମାମଲାକୁ ବ୍ଲାକ୍‌ମେଲ କରିବା ପାଇଁ ଏକ ଅସ୍ତ୍ର ଭାବେ ବ୍ୟବହାର କରିପାରନ୍ତି। ସେ ମାମଲା ହାତକୁ ନେବାବେଳେ ଏକଥା ଜାଣି ନ ଥିଲେ। ତେଣୁ ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଆମିକସ୍‌ କ୍ୟୁରିଙ୍କୁ ନିଯୁକ୍ତ କରାଯାଉ। ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭାରତୀ କହିଥିଲେ, କେନ୍ଦ୍ର ସରକାର ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ଚାହୁଁଛନ୍ତି। ତେବେ ସିବିଆଇ ଏବଂ ଇଡି ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଥିବାରୁ ଦୁଇ ଏଜେନ୍ସିର ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ କିଛି ସମୟ ଦିଆଯାଉ ବୋଲି ସେ କହିଥିଲେ।
ପ୍ରକାଶ ଯେ, ୨୦୧୪ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଓଡ଼ିଶାରେ ସକ୍ରିୟ ଥିବା ୪୪ଟି ଚିଟ୍‌ଫଣ୍ଡ୍‌ ସଂସ୍ଥା ବିରୋଧରେ ତଦନ୍ତ ଜାରି ରଖିଛି। ପୂର୍ବରୁ ରାଜ୍ୟ ସରକାର ମଧ୍ୟ ଏକ ତଦନ୍ତ କମିଶନ ଗଠନ କରିଛନ୍ତି। ଇତିମଧ୍ୟରେ ପିନାକ ପାଣି ମହାନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମବଙ୍ଗ, ତ୍ରିପୁରା, ଆସାମ ଓ ଓଡ଼ିଶା ଚିଟ୍‌ଫଣ୍ଡ ଦୁର୍ନୀତିରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟ। ଏହି ୪ ରାଜ୍ୟର ଲୋକଙ୍କଠାରୁ ପ୍ରାୟ ୧୦,୦୦୦ କୋଟି ଟଙ୍କା ସଂଗ୍ରହ କରାଯାଇଛି। ବିଶେଷକରି ସମାଜର ଦୁର୍ବଳ ଶ୍ରେଣୀର ଲୋକଙ୍କଠାରୁ ଏହା ଆଦାୟ କରାଯାଇଛି। ତଦନ୍ତ କମିଶନ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଅଭିଯୋଗ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri