Posted inଜାତୀୟ

ସୁପ୍ରିମକୋର୍ଟରେ ଚିଟ୍‌ଫଣ୍ଡ୍‌ ଦୁର୍ନୀତି: ଆମିକସ୍‌ କ୍ୟୁରି ନିଯୁକ୍ତ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ହାଇ-ପ୍ରୋଫାଇଲ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସହଯୋଗ ପାଇଁ ସୁପ୍ରିମକୋର୍ଟ ସୋମବାର ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ରୂପେ ନିଯୁକ୍ତ କରିଛନ୍ତି। ଜମାକାରୀମାନେ ନିଜ କଷ୍ଟ ଅର୍ଜିତ ଧନ ଫେରିପାଇ ନ ଥିବାବେଳେ ଆମିକସ୍‌ କ୍ୟୁରିଙ୍କ ନିଯୁକ୍ତି ସୋମାନଙ୍କ ମନରେ ଆଶା ସଞ୍ଚାର କରିଛି।
ଗତ ଅକ୍ଟୋବର ୧୧ରେ ସୁପ୍ରିମକୋର୍ଟ ଏକ ରିଟ୍‌ ପିଟିଶନ୍‌ର ଶୁଣାଣି କରି ଜମାକାରୀଙ୍କୁ ଟଙ୍କା ଫେରସ୍ତ ଦିଗରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି, ସେନେଇ ରିପୋର୍ଟ ଦାଖଲ କରିବାକୁ ଓଡ଼ିଶା ସରକାର ସମେତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ନର୍ଦ୍ଦେଶ ଦେଇଥିଲେ। ଜମା ଟଙ୍କା ଫେରସ୍ତରେ ଅହେତୁକ ବିଳମ୍ବ ହେଉଥିବାରୁ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହ ଏବଂ କ୍ରିଷ୍ଣାମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ ବର୍ତ୍ତମାନ ଯାଏ ହୋଇଥିବା ଅଗ୍ରଗତି ସମ୍ପର୍କରେ ୨୫ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏହାର ଶୁଣାଣି ବେଳେ ସିବିଆଇ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ମାଗିଥିଲା। ଏହି ବହୁ କୋଟି ଟଙ୍କା ଦୁର୍ନୀତି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧ରେ କରାଯିବ।
ସୋମବାର ଶୁଣାଣି ବେଳେ ଆବେଦନକାରୀ ପିନାକ ପାଣି ମହାନ୍ତିଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କହିଥିଲେ, ଅବେଦନକାରୀଙ୍କ ପୃଷ୍ଠଭୂମି ଅତ୍ୟନ୍ତ ସନ୍ଦେହଜନକ ରହିଛି। ପିଟିଶନର୍‌ ଏହି ମାମଲାକୁ ବ୍ଲାକ୍‌ମେଲ କରିବା ପାଇଁ ଏକ ଅସ୍ତ୍ର ଭାବେ ବ୍ୟବହାର କରିପାରନ୍ତି। ସେ ମାମଲା ହାତକୁ ନେବାବେଳେ ଏକଥା ଜାଣି ନ ଥିଲେ। ତେଣୁ ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଆମିକସ୍‌ କ୍ୟୁରିଙ୍କୁ ନିଯୁକ୍ତ କରାଯାଉ। ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭାରତୀ କହିଥିଲେ, କେନ୍ଦ୍ର ସରକାର ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ଚାହୁଁଛନ୍ତି। ତେବେ ସିବିଆଇ ଏବଂ ଇଡି ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଥିବାରୁ ଦୁଇ ଏଜେନ୍ସିର ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ କିଛି ସମୟ ଦିଆଯାଉ ବୋଲି ସେ କହିଥିଲେ।
ପ୍ରକାଶ ଯେ, ୨୦୧୪ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଓଡ଼ିଶାରେ ସକ୍ରିୟ ଥିବା ୪୪ଟି ଚିଟ୍‌ଫଣ୍ଡ୍‌ ସଂସ୍ଥା ବିରୋଧରେ ତଦନ୍ତ ଜାରି ରଖିଛି। ପୂର୍ବରୁ ରାଜ୍ୟ ସରକାର ମଧ୍ୟ ଏକ ତଦନ୍ତ କମିଶନ ଗଠନ କରିଛନ୍ତି। ଇତିମଧ୍ୟରେ ପିନାକ ପାଣି ମହାନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମବଙ୍ଗ, ତ୍ରିପୁରା, ଆସାମ ଓ ଓଡ଼ିଶା ଚିଟ୍‌ଫଣ୍ଡ ଦୁର୍ନୀତିରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟ। ଏହି ୪ ରାଜ୍ୟର ଲୋକଙ୍କଠାରୁ ପ୍ରାୟ ୧୦,୦୦୦ କୋଟି ଟଙ୍କା ସଂଗ୍ରହ କରାଯାଇଛି। ବିଶେଷକରି ସମାଜର ଦୁର୍ବଳ ଶ୍ରେଣୀର ଲୋକଙ୍କଠାରୁ ଏହା ଆଦାୟ କରାଯାଇଛି। ତଦନ୍ତ କମିଶନ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଅଭିଯୋଗ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?