ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୮ା୭: ଚିତାଲାଗି ଅମାବାସ୍ୟାରେ ଗୁରୁବାର ଶ୍ରୀମନ୍ଦିରରେ ବିଶେଷ ନୀତି ସହ ତିନିଠାକୁରଙ୍କ ଚିତାଲାଗି କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ପରେ ଦାରୁଦିଅଁଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ଏହା ଏକ ଗୁପ୍ତ ନୀତି। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚିତାଲାଗି ନୀତି ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଦାରୁବିଗ୍ରହମାନେ ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରାକ୍ରାନ୍ତ ହୋଇ ଅଣସର ପିଣ୍ଡିକୁ ବିଜେ କରିବାବେଳେ ସେମାନଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଓଲାଗି କରିଥିଲେ। ରଥରେ ମହାପ୍ରଭୁ ସୋଲଚିତା ଲାଗିହୋଇ ଥିଲେ। ପରମ୍ପରା ମୁତାବକ, ଚିତାଲାଗି ଅମାବାସ୍ୟାରେ ଠାକୁରଙ୍କୁ ରତ୍ନଚିତା ଲାଗି କରାଯିବ। ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ୱେତ ହୀରା ଖଚିତ ସୁବର୍ଣ୍ଣ ଚିତା, ପ୍ରଭୁ ବଳଭଦ୍ର ମାଣିକ୍ୟ ଏବଂ ଦେବୀ ସୁଭଦ୍ରା ଲୀଳା ଖଚିତ ସୁବର୍ଣ୍ଣ ଚିତା ଧାରଣ କରିବେ। ଏହି ନୀତିକୁ ଦଇତାପତି ସେବକମାନେ ସମ୍ପାଦନ କରିବେ। ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri