ଅସମ୍ପୂର୍ଣ୍ଣ ଶ୍ରେଣୀଗୃହ, ବାରଣ୍ଡାରେ ପାଠପଢ଼ା

କୋକସରା,୧୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ହେଲେ କେତେକ ସ୍ଥାନରେ ଭିତ୍ତିଭୂମି ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏମିତି ଏକ ଦୃଶ୍ୟ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା ଡାଲଗୁମା ପଞ୍ଚାୟତର ଚିତାମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଦେଖିବାକୁ ମିଳିଛି। ଆବଶ୍ୟକ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପାଠପଢା ଚାଲିଛି।
ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୭୮ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶ୍ରେଣୀ କୋଠରି ଅଭାବ ଯୋଗୁ ପ୍ରଥମ, ଦ୍ବିତୀୟ, ତୃତୀୟ ଓ ପଞ୍ଚମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର ଦୁଇଟି ବାରଣ୍ଡାରେ ବସୁଥିବାବେଳେ ଅନ୍ୟ ୪ଗୋଟି ଶ୍ରେଣୀର ଛାତ୍ରୀଛାତ୍ର ଦୁଇଟି ଶ୍ରେଣୀ କୋଠରିରେ ବସି ପାଠ ପଢୁଛନ୍ତି। ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷକ ସହ ୮ଜଣ ଶିକ୍ଷକ ଆବଶ୍ୟକ ଥିବାବେଳେ ବର୍ତ୍ତମାନ ୪ଜଣ ଶିକ୍ଷକ ରହିଛନ୍ତି। ତେବେ ପ୍ରଧାନ ଶିକ୍ଷକ ଅଫିସ କାର୍ଯ୍ୟ ସମ୍ପାଦନା କରୁଥିବା ବେଳେ ୩ଜଣ ଶିକ୍ଷକରେ ୮ଟି ଶ୍ରେଣୀର ପିଲାଙ୍କୁ ଶିକ୍ଷା ଦାନ ଚାଲିଛି। ବିଦ୍ୟାଳୟର ରୋଷେଇ ଗୃହ ଗତବର୍ଷ ଅଗଷ୍ଟ ମାସରେ ବର୍ଷା ଯୋଗୁ ଭାଙ୍ଗିଯାଇଥିଲା। ଫଳରେ ଦୀର୍ଘଦିନରୁ ମଧ୍ୟାହ୍ନଭୋଜନ ରୋଷେଇ କାର୍ଯ୍ୟ ଖୋଲା ଆକାଶ ତଳେ ପଲିଥିନ ତଳେ ଚାଲିଆସୁଥିଲା। ବର୍ତ୍ତମାନ ବର୍ଷା ଆରମ୍ଭ ହୋଇଥିବା ବେଳେ ସ୍କୁଲ ବାରଣ୍ଡାରେ ରୋଷେଇ କାର୍ଯ୍ୟ ଚାଲିଆସୁଛି। ଅନ୍ୟପଟେ ୪ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳରେ ଗତ ୧୦ ନଭେମ୍ବର ୨୦୨୩ରୁ ଆରମ୍ଭ ହୋଇଥିବା ଅତିରିକ୍ତ ଶ୍ରେଣୀଗୃହ କାର୍ଯ୍ୟ ଅଟକି ରହିଥିବାରୁ ଅବିଭାବକ ଓ ସ୍କୁଲ ପରିଚାଳନା କମିଟି ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଆବଶ୍ୟକ ଶିକ୍ଷକ ନିଯୁକ୍ତି ସହ ତୁରନ୍ତ ଶ୍ରେଣୀ କୋଠରି ନିର୍ମାଣ ଓ ରୋଷେଇ ଗୃହ ପାଇଁ ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ କନିଷ୍ଠ ଯନ୍ତ୍ରୀ ସୁକାନ୍ତ କୁମାର ବେହେରାଙ୍କୁ ପଚାରିବାରୁ ସ୍କୁଲ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହେଲାଣି ଓ ଖୁବ୍‌ଶୀଘ୍ର ଶେଷ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri