ଅର୍ଥତତ୍ତ୍ୱର ସବୁ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ, ନିଲାମ ଅର୍ଥ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ

କଟକ,୪ା୧ (କାର୍ତ୍ତିକ ସାହୁ): ଚିଟ୍‌ଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତି କରି ସାଧାରଣରେ ନିଲାମ କରିବାକୁ କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବାଜ୍ୟାପ୍ତି ସମ୍ପତ୍ତି ନିଲାମ ପରେ ଲବ୍ଧ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ଅର୍ଥତତ୍ତ୍ୱର ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ହେବ। ବାଜ୍ୟାପ୍ତି ସମ୍ପତ୍ତି ମଧ୍ୟରେ ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକର ଜମି ଓ ୧୧ଟି ଦାମୀ ଗାଡ଼ି ରହିଛି। ସେହିପରି ବ୍ୟାଙ୍କରେ ଜମା ଥିବା ରାଶି ୨ କୋଟି ୧୭ ଲକ୍ଷରୁ ଅଧିକ ଟଙ୍କା ମଧ୍ୟ ବାଜ୍ୟାପ୍ତି କରି ଜମାକାରୀଙ୍କୁ ବଣ୍ଟାଯିବ। ସୂଚନାଯୋଗ୍ୟ, ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ଠକେଇ ମାମଲା ରାଜ୍ୟ ତଥା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏଥିରେ ରାଜ୍ୟର ଅନେକ ନେତା, ମନ୍ତ୍ରୀ, କ୍ରୀଡାବିତ୍‌ ଓ ପ୍ରତିଷ୍ଠିତ ବ୍ୟକ୍ତିମାନେ ଅଭିଯୁକ୍ତ ହୋଇ ସିବିଆଇ ଦ୍ୱାରା ଗିରଫ ହୋଇଛନ୍ତି। ୨୦୧୪ରୁ ଏହି ମାମଲା ରାଜନୀତିକୁ ସରଗରମ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri