ଅର୍ଥତତ୍ତ୍ୱର ସବୁ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ, ନିଲାମ ଅର୍ଥ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ

କଟକ,୪ା୧ (କାର୍ତ୍ତିକ ସାହୁ): ଚିଟ୍‌ଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତି କରି ସାଧାରଣରେ ନିଲାମ କରିବାକୁ କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବାଜ୍ୟାପ୍ତି ସମ୍ପତ୍ତି ନିଲାମ ପରେ ଲବ୍ଧ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ଅର୍ଥତତ୍ତ୍ୱର ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ହେବ। ବାଜ୍ୟାପ୍ତି ସମ୍ପତ୍ତି ମଧ୍ୟରେ ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକର ଜମି ଓ ୧୧ଟି ଦାମୀ ଗାଡ଼ି ରହିଛି। ସେହିପରି ବ୍ୟାଙ୍କରେ ଜମା ଥିବା ରାଶି ୨ କୋଟି ୧୭ ଲକ୍ଷରୁ ଅଧିକ ଟଙ୍କା ମଧ୍ୟ ବାଜ୍ୟାପ୍ତି କରି ଜମାକାରୀଙ୍କୁ ବଣ୍ଟାଯିବ। ସୂଚନାଯୋଗ୍ୟ, ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ଠକେଇ ମାମଲା ରାଜ୍ୟ ତଥା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏଥିରେ ରାଜ୍ୟର ଅନେକ ନେତା, ମନ୍ତ୍ରୀ, କ୍ରୀଡାବିତ୍‌ ଓ ପ୍ରତିଷ୍ଠିତ ବ୍ୟକ୍ତିମାନେ ଅଭିଯୁକ୍ତ ହୋଇ ସିବିଆଇ ଦ୍ୱାରା ଗିରଫ ହୋଇଛନ୍ତି। ୨୦୧୪ରୁ ଏହି ମାମଲା ରାଜନୀତିକୁ ସରଗରମ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri