Posted inଜାତୀୟ

୭ଦିନ ସିବିଆଇ ହାଜତକୁ ଗଲେ ଚିତ୍ରା ରାମକ୍ରିଷ୍ଣା

ନୂଆଦିଲ୍ଲୀ,୮।୩ : କୋ-ଲୋକେଶନ ଦୁର୍ନୀତି ମାମଲାରେ ରବିବାର ରାତିରେ ଗିରଫ ହୋଇଥିବା ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଦିଲ୍ଲୀର ଏକ ଅଦାଲତ ସୋମବାର ୭ ଦିନ ପାଇଁ ସିବିଆଇ ହାଜତକୁ ପଠାଇ ଦେଇଛନ୍ତି। ସିସିଟିଭି ଆଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଚିତ୍ରାଙ୍କୁ ଜେରା କରିବା ଲାଗି ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଓକିଲ ପ୍ରତିଦିନ ସନ୍ଧ୍ୟାରେ ତାଙ୍କୁ ଭେଟିବା ଲାଗି କୋର୍ଟ ଅନୁମତି ଦେଇଥିବାବେଳେ ସିବିଆଇକୁ ପ୍ରତି ୨୪ ଘଣ୍ଟାରେ ଚିତ୍ରାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ କୁହାଯାଇଛି।
ଏନ୍‌ଏସ୍‌ଇର ପୂର୍ବତନ ମୁଖ୍ୟ ତଦନ୍ତରେ ସହଯୋଗ କରୁ ନ ଥିବା ସରକାରୀ ଓକିଲ ସ୍ବତନ୍ତ୍ର ବିଚାରପତି ସଞ୍ଜୀବ ଅଗ୍ରଓ୍ବାଲଙ୍କ କୋର୍ଟଙ୍କୁ ଜଣାଇଥିଲେ। ୨,୫୦୦ରୁ ଊର୍ଦ୍ଧ୍ୱ ଅପରାଧମୂଳକ ଇ-ମେଲ୍‌ରେ ତାଙ୍କୁ ମୁହାଁମୁହିଁ କରାଯିବାର ଆବଶ୍ୟକ ଥିଲା। ଏପରିକି ସହଅଭିଯୁକ୍ତ ଆନନ୍ଦ ସୁବ୍ରମଣ୍ୟନଙ୍କ ସହ ଚିତ୍ରା ତାଙ୍କର ପୂର୍ବ ସମ୍ପର୍କ ବିଷୟରେ ଜଣାଇବାକୁ ଚାହୁଁନାହାନ୍ତି, ଏପରିକି ତାଙ୍କୁ ଚିହ୍ନିବା ପାଇଁ ମନା କରିଦେଇଛନ୍ତି ବୋଲି ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ। ସେ ତଥାକଥିତ ହିମାଳୟ ଯୋଗୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଥିଲେ, ଯେଉଁଥିପାଇଁ ଏନ୍‌ଏସ୍‌ଇର ବିପୁଳ କ୍ଷତି ଘଟିଛି। ରବିବାର ଚିତ୍ରାଙ୍କୁ ତାଙ୍କ ପୂର୍ବତନ ସହକର୍ମୀ ଆନନ୍ଦ ସୁବ୍ରମଣ୍ୟନ୍‌ଙ୍କ ସହ ମୁହାଁମୁହିଁ ଜେରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri