ସ୍ବାଭିମାନ ଅଞ୍ଚଳ ଜୁମଡ଼ାଙ୍ଗରେ ପହଞ୍ଚିଲା ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ

ଚିତ୍ରକୋଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ବର୍ତ୍ତୀ ଆଦିବାସୀ ବହୁଳ ଗାଁ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଦୁର୍ଗମ ପାହାଡି ଜୁମଡାଙ୍ଗ ଗାଁରେ ପହଞ୍ଚିଛି ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ। କିଛି ଦିନ ପୂର୍ବ ଉକ୍ତ ଜୁମଡାଙ୍ଗ ଗାଁଟି ଓଡ଼ିଶା ହାତରୁ ଖସି ଯିବାକୁ ଯାଉଥିବା ନେଇ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। କାରଣ ପଡୋଶୀ ଆନ୍ଧ୍ର ପ୍ରଦେଶ ଉକ୍ତ ଗାଁର ଜନସାଧାରଣଙ୍କୁ ପାନୀୟ ଜଳ, ବିଦ୍ୟୁତ ଭଳି କେତେକ ସୁବିଧା ଯୋଗାଇ ଦେବାକୁ ନେଇ ମସୁଧା ଚଲାଇଥିଲା। ତେବେ ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଉକ୍ତ ତଥ୍ୟକୁ ଆଧାର କରି ଜୁମଡ଼ାଙ୍ଗ ଗାଁରେ ବିଭାଗୀୟ ଅଧିକାରୀମାନେ ପହଞ୍ଚି ବିଭିନ୍ନ ମୌଳିକ ସୁବିଧା ଯୋଗାଇବା ସହ ଭତ୍ତା, ରାସନ ସାମଗ୍ରୀ, ଆଧାର କାର୍ଡ, ଜବ୍‌ କାର୍ଡ ବଣ୍ଟନ,ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଲୋକଙ୍କୁ କାମ, ଜଙ୍ଗଲ ଜମି ପଟ୍ଟା ବଣ୍ଟନ ପାଇଁ ଉଦ୍ୟମ, ଗାଁ ୬ ଗୋଟି ଷ୍ଟିଟ୍‌ ଲାଇଟ ଲଗାଇ ଆଲୋକିକରଣ ଓ ପିଲା ପାଠ ପଢ଼ିବା ପାଇଁ ବହି ଓ ବସ୍ତ୍ର ପ୍ରଦାନ ସହ ଅସ୍ଥାୟୀ ବିଦ୍ୟାଳୟ ଖୋଲିବା ଭଳି କିଛି ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ଆଲୋଚନା କରିଛନ୍ତି। ଜୁମଡାଙ୍ଗ ଗ୍ରାମର ବିକାଶକୁ ଆଗେଇ ନେବା ପାଇଁ ମଙ୍ଗଳବାର ଚିତ୍ରକୋଣ୍ଡା ବ୍ଲକ ଅଧକ୍ଷା ରାଜେଶ୍ୱରୀ ଖିଲଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ବିଡ଼ିଓ ରଘୁନାଥ ମୁଣ୍ଡାରୀ ତଥା ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନର ବିଭାଗୀୟ ଅଧିକାରୀମାନେ ଜୁମଡାଙ୍ଗ ଗ୍ରସ୍ତ କରି ଉକ୍ତ ଗ୍ରାମକୁ ରାସ୍ତା, ଆବାସ ଘର,ବିଦୂତ ସଂଯୋଗ କରଣ,ପାଣି ପ୍ରକଳ୍ପ ତଥା ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦେବାକୁ ଗ୍ରାମବାସୀଙ୍କ ସହ ବସି ଆଲୋଚନା କରି ଯୋଜନା କରିଥିବା ଜଣାପଡିଛି l ଖୁବ ଶୀଘ୍ର ଉକ୍ତ ଗ୍ରାମର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ମିଳିଛି। ବିଶେଷକରି ଓଡ଼ିଶା ସୀମାନ୍ତ ଗ୍ରାମ ଗୁଡିକର ବିକାଶ ପ୍ରତି ପ୍ରଶାସନ ଗୁରୁତ୍ୱ ଦେଉଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri