ଚିତ୍ରକୋଣ୍ଡା ଡ୍ୟାମ୍‌ର ସୁରକ୍ଷା ଯାଞ୍ଚ

ଚିତ୍ରକୋଣ୍ଡା,୧୯ା୧: ଓଡ଼ିଶା ଡ୍ୟାମ୍‌ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍‌ ଓ ସ୍ପିଲ୍‌ୱେର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିଛନ୍ତି। ଟିମ୍‌ରେ ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ ଓ ସୁବାସ ଚନ୍ଦ୍ର ରଥ ଚିତ୍ରକୋଣ୍ଡାରେ ପହଞ୍ଚତ୍ ଡ୍ୟାମ୍‌ ଓ ସ୍ପିଲ୍‌ୱେର ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ପୋଟେରୁ ଜଳସେଚନ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ମିଶ୍ର, ବାଲିମେଳା ଡ୍ୟାମ୍‌ର ନିର୍ବାହୀ ଯନ୍ତ୍ରୀ କବି ପ୍ରସାଦ ନାଥ, ଉପନିର୍ବାହୀ ଯନ୍ତ୍ରୀ ଉମାକାନ୍ତ ସାହୁ (ସିଭିଲ) ଓ ନବକିଶୋର ସିଂ(ମେକାନିକାଲ) ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ, ରାଜ୍ୟ ସରକାରଙ୍କ ଅଧୀନରେ ମୋଟ ୨୦୪ଟି ବନ୍ଧ ରହିଛି। ସେଥିରୁ ୧୦ଟି ବୃହତ୍‌ ଜଳସେଚନ ପ୍ରକଳ୍ପ, ୫୦ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ଓ ୧୪୪ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରହିଛି। ଜଳସେଚନ ପ୍ରକଳ୍ପ ଅଧୀନରେ ଥିବା ଡ୍ୟାମ୍‌ ଓ ସ୍ପିଲ୍‌ଓ୍ବେଗୁଡିକର ସୁରକ୍ଷା ଓ ମରାମତି ସମ୍ପର୍କରେ ଡ୍ୟାମ୍‌ ସେଫ୍ଟି କମିଟି ଯାଞ୍ଚ କରିଥାଏ। କମିଟି ରିପୋର୍ଟକୁ ଆଧାର କରି ସରକାର ପଦକ୍ଷେପ ନେଇଥାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?