୧୧ ବର୍ଷର ଡେଟିଂ ପରେ ବଧୂ ସାଜିବେ ‘ଚକ ଦେ’ ଫେମ ଚିତ୍ରାଶି ରାୱତ

ମୁମ୍ବାଇ: ଶାହାରୁଖ ଖାଁଙ୍କ ଫିଲ୍ମ ‘ଚକ ଦେ’ରେ କୋମଲ ଚୌଟାଲା ଭୁମିକାରେ ଅଭିନୟ କରିଥିବା ଅଭିନେତ୍ରୀ ଚିତ୍ରାଶି ରାୱତ ଖୁବଶୀଘ୍ର ବାହା ହେବାକୁ ଯାଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଆକ୍ଟେସ ୧୧ ବର୍ଷର ଡେଟିଂ ପରେ ବୟ ଫ୍ରେଣ୍ଡ ଧ୍ରୁବାଦିତ୍ୟ ଭାଗୱାନାନୀଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଏ ସମ୍ପର୍କରେ ସୂଚନା ନିକଟରେ ଅଭିନେତ୍ରୀ ଏକ ଇଣ୍ଟରଭ୍ୟୁ ସମୟରେ କହିଥିଲେ । ଏହାସହ ଅଭିନେତ୍ରୀ ତାଙ୍କ ହନିମୁନ ପ୍ଲାନ ସମ୍ପର୍କରେ ବି କଥା ହୋଇଥିଲେ ।

ଅଭିନେତ୍ରୀ ନିକଟରେ ଇଟାଇମକୁ ଦେଇଥିବା ଇଣ୍ଟରଭ୍ୟୁରେ ତାଙ୍କ ବିବାହ ସମ୍ପର୍କରେ ଖୋଲାଖୋଲି କଥା ହୋଇଥିଲେ । ସେ କହିଥିଲେ ଆମେ ଡେରାଡୁନରେ କୋର୍ଟ ମ୍ୟାରେଜ କରିବାକୁ ଚାହୁଁଥିଲୁ, ଆମେ ଭାବୁଥିଲୁ ସିମ୍ପଲ ବିବାହ କରିବୁ, ପଇସା ବଞ୍ଚାଇବୁ ଓ ଟ୍ରାଭେଲ କରିବୁ । ହେଲେ ଆମ ପରିବାର କହିଥିଲେ ଏସବୁ ଗୋଟିଏ ଥର ହୋଇଥାଏ । ତେଣୁ ପରିବାର ସଦସ୍ୟ ଓ ଅତି ନିକଟ ସମ୍ପର୍କିୟଙ୍କ ମଧ୍ୟରେ ଏହି ବିବାହ ଅନୁଷ୍ଠିତ ହେବାକୁ ଯାଉଛି । ଚିତ୍ରାଶି ଓ ଧ୍ରୁବାଦିତ୍ୟଙ୍କ ବିବାହ ଫେବୃୟାରୀ ୪ରେ ବିଲାସପୁରରେ ହେବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri