ମୁମ୍ବାଇରେ ଖୋଲିବ ଚଏସ୍‌-କିସ୍‌ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍‌ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍‌ ଓ ମୁମ୍ବାଇସ୍ଥିତ ଚଏସ୍‌ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ ରବିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଫାଉଣ୍ଡେଶନ ପକ୍ଷରୁ ଏହାର ଅଧ୍ୟକ୍ଷ ସୁନୀଲ ପାଟୋଡିଆ ଏବଂ କିସ୍‌ ପକ୍ଷରୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ବାକ୍ଷର କରିଥିଲେ। ମୁମ୍ବାଇ ସହର ନିକଟବର୍ତ୍ତୀ ଅଞ୍ଚଳରେ ପାଟୋଡିଆ ଚଏସ୍‌-କିସ୍‌ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୨୫ ଏକର ଜମି ବ୍ୟବସ୍ଥା ହୋଇଥିବାବେଳେ ବିଭିନ୍ନ ସୂତ୍ରରୁ ଅର୍ଥ ସଂଗ୍ରହ ହୋଇସାରିଛି। ଭିତ୍ତିଭୂମି ନିର୍ମାଣର ସମ୍ପୂର୍ଣ୍ଣ ଖର୍ଚ୍ଚ ଚଏସ୍‌ ୱେଲ୍‌ଫେୟାର ଫାଉଣ୍ଡେଶନ ବହନ କରିବ। ବର୍ଷକ ମଧ୍ୟରେ ଏହି ଆବାସିକ ବିଦ୍ୟାଳୟ କାର୍ଯ୍ୟ କରିବ। ତେବେ ଏଥିରେ ଗରିବ, ଅବହେଳିତ ଓ ଜନଜାତି ବର୍ଗର ପିଲାଙ୍କୁ ବିନାଦେୟରେ କିସ୍‌ ଢାଞ୍ଚାରେ ଶିକ୍ଷା ପ୍ରଦାନ କରାଯିବ।
ଏହି ଅବସରରେ ପାଟୋଡିଆ କହିଛନ୍ତି, ଅଚ୍ୟୁତ ସାମନ୍ତଙ୍କୁ ସେ ନିଜର ଆଦର୍ଶ ଭାବେ ମାନି ଆସୁଛନ୍ତି। ୫ବର୍ଷ ପୂର୍ବରୁ ମୁମ୍ବାଇରେ କିସ୍‌ ପ୍ରତିଷ୍ଠା ପାଇଁ ସେ ସ୍ବପ୍ନ ଦେଖିଥିଲେ। ଆଜି ତାଙ୍କର ସ୍ବପ୍ନ ସାକାର ହୋଇଛି। କିସ୍‌ ଓ ଚଏସ୍‌ ୱେଲଫେୟାର ଫାଉଣ୍ଡେଶନ ମିଳିତ ଭାବେ ସମାଜ ପାଇଁ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି। ଅଚ୍ୟୁତ କହିଛନ୍ତି, କିସ୍‌କୁ ଏବେ ସମସ୍ତେ ଏକ ସଫଳ ମଡେଲ ଭାବେ ଗ୍ରହଣ କରିଥିବାରୁ ମୁଁ ବହୁତ ଖୁସି। ୨୦୧୩ରୁ କିସ୍‌-ଦିଲ୍ଲୀ କାର୍ଯ୍ୟ କରୁଥିବାବେଳେ କୋଲକାତାରେ ହେଲ୍ପ ଅସ୍‌ ହେଳ୍ପ ଦେମ୍‌ ସଙ୍ଗଠନ ସହଯୋଗରେ କିସ୍‌ର ଏକ ଶାଖା ପ୍ରତିଷ୍ଠା ହୋଇଛି। ଏବେ ମୁମ୍ବାଇରେ ଚଏସ୍‌-କିସ୍‌ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ହେବାକୁ ଯାଉଛି। ଦେଶର ତିନୋଟି ବୃହତ ମହାନଗରରେ କିସ୍‌ ପ୍ରତିଷ୍ଠା ହୋଇପାରିଥିବାରୁ ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ କିଟ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସସ୍ମିତା ସାମନ୍ତ, କିସ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସ୍‌ ମହାନିର୍ଦ୍ଦେଶକ କାହ୍ନୁଚରଣ ମାହାଲି ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri