Posted inଖେଳ

ଓପନିଂ ସ୍ଲଟ ପାଇଁ ଦୁଇ ସାଙ୍ଗଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

କୋଲକାତା,୩।୭: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଶୁବମାନ ଗିଲ ଆହତ ହୋଇ ପ୍ରଥମ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ରୋହିତ ଶର୍ମାଙ୍କ ସହ କିଏ ଓପନିଂ କରିବେ, ସେ ନେଇ ଚିନ୍ତାରେ ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ। ଏହି ସ୍ଲଟରେ ଖେଳିବା ପାଇଁ ୨୦ ଜଣିଆ ଭାରତୀୟ ଦଳରେ ଅଛନ୍ତି ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲ। ଦୁହେଁ ଖୁବ୍‌ ଭଲ ସାଙ୍ଗ। ଘରୋଇ କ୍ରିକେଟରେ କର୍ନାଟକ ପାଇଁ ହେଉ କି ଆଇପିଏଲରେ ପଞ୍ଜାବ ଲାଗି ହେଉ। ଦୁହେଁ ଏକାଠି ଖେଳି ଆସୁଛନ୍ତି। ବର୍ତ୍ତମାନ ସ୍ଥିତି ଏଭଳି ଯେ, ଦୁଇ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ଓପନିଂ ସ୍ଲଟରେ ସ୍ଥାନ ମିଳିପାରିବ। ତେବେ ଗିଲଙ୍କ ଆହତ ସମସ୍ୟା ଉପରେ ବିସିସିଆଇ କୌଣସି ସ୍ପଷ୍ଟ ସୂଚନା ଦେଇନାହିଁ।

କ୍ରିକେଟରୁ ଭାଷ୍ୟକାର ପାଲଟିଥିବା ଦୀପ ଦାସଗୁପ୍ତା କହିଛନ୍ତି, ଭାରତ ନିକଟରେ ମୟଙ୍କ ଓ ରାହୁଲଙ୍କ ରୂପେ ଦୁଇଟି ବିକଳ୍ପ ରହିଛି। ମୁଁ ମୟଙ୍କଙ୍କୁ ସମର୍ଥନ କରିବି। ଅବଶ୍ୟ ସେ ଗତ ଦୁଇ ତିନୋଟି ମ୍ୟାଚ୍‌ରେ ପ୍ରଦର୍ଶନ କରିପାରି ନାହାନ୍ତି। କିନ୍ତୁ ମୋ ମତରେ ତାଙ୍କ ଟେଷ୍ଟ କ୍ୟାରିୟରର ଖୁବ୍‌ ଚମତ୍କାର। ଏଣୁ ତାଙ୍କୁ ପ୍ରାଥମିକତା ମିଳିବା ଉଚିତ୍‌। କାରଣ ତାଙ୍କୁ ଇଂଲଣ୍ଡ ପରିବେଶ ବେଶ୍‌ ସୁହାଏ। ଆଉ ତାଙ୍କ ଡିଫେନ୍ସ ଟେକନିକ ରାହୁଲଙ୍କ ଠାରୁ ଭଲ।

ଅନ୍ୟପକ୍ଷରେ ରାହୁଲ ସର୍ବଦା ଟପ୍‌ ଅର୍ଡରରେ ବ୍ୟାଟିଂ କରନ୍ତି। ଅଧିକ ହ୍ବାଇଟ୍‌ ବଲ ମ୍ୟାଚ୍‌ ଖେଳିବା କାରଣରୁ ତାଙ୍କ ଟେକ୍‌ନିକରେ ପରିବର୍ତ୍ତନ ଆସିଛି। ତାଙ୍କୁ ଡିଫେନ୍ସିଭ ଟେକ୍‌ନିକ ଉପରେ କାମ କରିବାକୁ ପଡ଼ିବ। କିନ୍ତୁ ସେ ଏହାକୁ ବେଶୀ ଗୁରୁତ୍ୱ ଦେଉ ନାହାନ୍ତି। ଏଣୁ ରାହୁଲ ଟେଷ୍ଟ ଫର୍ମାଟରେ ମଧ୍ୟକ୍ରମରେ ଖେଳିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri