ରାଉରକେଲାରେ ହଇଜା ସ୍ଥିତି ଅଣାୟତ୍ତ: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ରାଉରକେଲା,୨୧।୧୨(ସଙ୍ଗୀତା ଜେନା): ସ୍ମାର୍ଟସିଟି ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡ଼ିଛି। ରାଉରକେଲା ସରକାରୀ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ଆର୍‌ଜିଏଚ୍‌ରେ ୬ ଓ ଅନ୍ୟ ଘରୋଇ ହସ୍ପିଟାଲରେ ୫ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଗୁରୁବାର ଇସ୍ପାତ ଜେନେରାଲ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାବିତ୍ରୀ ଗିରି(୬୦) ଏବଂ ସେ ମଧୁସୂଦନପାଲ୍ଲୀ ଅଞ୍ଚଳର। ସେହିପରି ବିଭିନ୍ନ ଡାକ୍ତରଖାନାରେ ୧୪ ଶହରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।

ମଧ୍ୟାହ୍ନରେ ଉତ୍ତରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଲେଇ, ଯୁଗ୍ମ ନିର୍ଦ୍ଦେଶକ ଅଶୋକ ପାଇକରାୟ ମିଳିତ ଭାବେ ରାଉରକେଲା ସରକାରୀ ଡାକ୍ତରଖାନାରେ ହଇଜା ସ୍ଥିତି ଅନୁଧ୍ୟାନ କରିବା ସହ ବିଭିନ୍ନ ୱାର୍ଡ ବୁଲି ଦେଖିଥିଲେ। ସେମାନେ ରୋଗୀ, ପରିଜନଙ୍କ ସମେତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ଗୁରୁବାର ୨୬ଜଣ ନୂଆ ଆକ୍ରାନ୍ତ ଚିକିତ୍ସା ପାଇଁ ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼, ଭୁବନେଶ୍ୱରର ବିଶେଷଜ୍ଞ ଡାକ୍ତରମାନେ ରୋଗୀ ଚିକିିତ୍ସା କରୁଛନ୍ତି। ସମସ୍ତ ପ୍ରତିଷେଧକମୂଳକ ପ୍ରତିକାର ସତ୍ତ୍ୱେ ଘରୋଇ ହସ୍ପିଟାଲରେ ରୋଗୀ ସଂଖ୍ୟା ବୃଦ୍ଧି ଯୋଗୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri