ସାରଡାଙ୍ଗରେ ହଇଜା ଆତଙ୍କ: ଜଣେ ମୃତ, ୧୧ ଆକ୍ରାନ୍ତ

ଖଇରା,୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ନାକପଦା ଗ୍ରାମରେ ପୂଜା ଭୋଜି ଖାଇ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଏଥିମଧ୍ୟରୁ ମାମୁଘର ନାକପଦାକୁ ବୁଲିବାକୁ ଆସିଥିବା ଗନ୍ଧାଳି ଗ୍ରାମର ଲକ୍ଷ୍ମୀ ମଥାନଙ୍କ ମୃତ୍ୟୁ ଘଟିଛି। ଅନ୍ୟମାନଙ୍କୁ ଚିକିତ୍ସାପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛ। ସୋମବାର ଗ୍ରାମର ମଦନ ମୋହନ ବେହେରା ଓ ଶଙ୍କର୍ଷଣ ବେହେରାଙ୍କ ଘରେ ଭୋଜି ହୋଇଥିଲା। ଖାଇବା ପରଠାରୁ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା। ବୁଧବାର ୬ଜଣଙ୍କୁ ଚିକିତ୍ସା ପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଲକ୍ଷ୍ମୀଙ୍କୁ ଗୁରୁତର ଅବସ୍ଥାରେ କଟକ ନିଆଯାଇଥିବା ବେଳେ ସେଠାରେ ସେ ଆଖିବୁଜିଥିଲେ। ଗୁରୁବାର ଅନ୍ୟ ୫ଜଣଙ୍କୁ ଚିକିତ୍ସା ପାଇଁ ଖଇରା ମେଡିକାଲ ନିଆଯାଇଛି। ଗ୍ରାମରେ ଅସ୍ବାସ୍ଥ୍ୟକର ପରିବେଶ ଓ ଦୂଷିତ ଜଳ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ କିଛି ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri