ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୩ା୭ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ,ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସେଠାରେ ଥିବା ଡାକ୍ତର ରାଜେନ୍ଦ୍ର ମଣ୍ଡଳଙ୍କ ସହିତ ଆଲୋଚନା କରିବା ସହ ଚିକିତ୍ସିତ ହେଉଥିବା ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ଦୁଦୁକାବାହାଲକୁ ଯାଇ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ଏହି ଗ୍ରାମରେ ୩ ଜଣ ବ୍ୟକ୍ତି ଡାଇରିଆରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି। ଏହାପରେ ଟିକିରି ଝୁଡ଼ିଆ ସାହି ଗସ୍ତ କରି ଗାଁର ପରିମଳ ବ୍ୟବସ୍ଥା, ବିଶୋଧନ ଓ ପିଇବା ପାଣି ବ୍ୟବସ୍ଥା ଉପରେ ଅନୁଧ୍ୟାନ କରିଥିଲେ l

ପରେ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସେଠାରେ ରୋଗୀମାନଙ୍କ ସ୍ବାସ୍ଥ୍ୟ କଥା ପଚାରି ବୁଝିଥିଲେ। ଏହାପରେ ଉତ୍କଳ ଆଲୁମିନା ଅତିଥି ଭବନକୁ ପ୍ରତ୍ୟାବର୍ତ୍ତନ କରି ସେଠାରେ ରାୟଗଡ଼ା ଜିଲାପାଳ ଶ୍ରୀମତୀ ସ୍ବାଧା ଦେବ ସିଂ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ସିଡିଏମ୍‌ଓ ଡାକ୍ତର ଲାଲମୋହନ ରାଉତରାୟ, ଉପଜିଲାପାଳ ଭୀମସେନ ଶବର, କାଶୀପୁର ବିଡିଓ ଦେବାଶିଷ କର, ଡିପିଏମ ରାଜେଶ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅତିରକ୍ତ ୨୦ ଶଯ୍ୟା ବିଶିଷ୍ଟ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ନିମନ୍ତେ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେବା ସହ ଆଉ ଏକ ଅତିରିକ୍ତ ୨୦ ଶଯ୍ୟା ନିମନ୍ତେ ପ୍ରସ୍ତାବ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାଇରିଆ ନିରାକରଣ ନିମନ୍ତେ ନିଆଯାଉଥିବା ପଦକ୍ଷେପ ଉପରେ ସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri