ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୩ା୭ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ,ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସେଠାରେ ଥିବା ଡାକ୍ତର ରାଜେନ୍ଦ୍ର ମଣ୍ଡଳଙ୍କ ସହିତ ଆଲୋଚନା କରିବା ସହ ଚିକିତ୍ସିତ ହେଉଥିବା ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ଦୁଦୁକାବାହାଲକୁ ଯାଇ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ଏହି ଗ୍ରାମରେ ୩ ଜଣ ବ୍ୟକ୍ତି ଡାଇରିଆରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି। ଏହାପରେ ଟିକିରି ଝୁଡ଼ିଆ ସାହି ଗସ୍ତ କରି ଗାଁର ପରିମଳ ବ୍ୟବସ୍ଥା, ବିଶୋଧନ ଓ ପିଇବା ପାଣି ବ୍ୟବସ୍ଥା ଉପରେ ଅନୁଧ୍ୟାନ କରିଥିଲେ l

ପରେ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସେଠାରେ ରୋଗୀମାନଙ୍କ ସ୍ବାସ୍ଥ୍ୟ କଥା ପଚାରି ବୁଝିଥିଲେ। ଏହାପରେ ଉତ୍କଳ ଆଲୁମିନା ଅତିଥି ଭବନକୁ ପ୍ରତ୍ୟାବର୍ତ୍ତନ କରି ସେଠାରେ ରାୟଗଡ଼ା ଜିଲାପାଳ ଶ୍ରୀମତୀ ସ୍ବାଧା ଦେବ ସିଂ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ସିଡିଏମ୍‌ଓ ଡାକ୍ତର ଲାଲମୋହନ ରାଉତରାୟ, ଉପଜିଲାପାଳ ଭୀମସେନ ଶବର, କାଶୀପୁର ବିଡିଓ ଦେବାଶିଷ କର, ଡିପିଏମ ରାଜେଶ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅତିରକ୍ତ ୨୦ ଶଯ୍ୟା ବିଶିଷ୍ଟ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ନିମନ୍ତେ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେବା ସହ ଆଉ ଏକ ଅତିରିକ୍ତ ୨୦ ଶଯ୍ୟା ନିମନ୍ତେ ପ୍ରସ୍ତାବ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାଇରିଆ ନିରାକରଣ ନିମନ୍ତେ ନିଆଯାଉଥିବା ପଦକ୍ଷେପ ଉପରେ ସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri