ମାଡୁଛି ହଇଜା: ଢାବା, ଫାଷ୍ଟଫୁଡ୍ ଓ ଖାଦ୍ୟ ଦୋକାନ ବନ୍ଦ ନିର୍ଦ୍ଦେଶ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର,୧୬ା୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଚାଟ୍, ଗୁପ୍‌ଚୁପ୍, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ତଥା ପାଣି ପାଉଚ୍, ମାଛ, ଚିକେନ୍ ଓ ମଟନ୍ ଦୋକାନଗୁଡ଼ିକ ମଧ୍ୟ ବନ୍ଦ ରହିବ।

ଏହି ନିଷ୍ପତ୍ତି ସ୍ଥାନୀୟ ସ୍ୱାସ୍ଥ୍ୟ ଓ ପରିଚ୍ଛନ୍ନତା ସମ୍ବନ୍ଧୀୟ ଚିନ୍ତାକୁ ନେଇ ନିଆଯାଇଥିବା ଜଣାପଡ଼ିଛି। ତହସିଲ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଦୋକାନୀମାନଙ୍କୁ ଏହି ନିର୍ଦ୍ଦେଶ ପାଳନ କରିବାକୁ କୁହାଯାଇଛି। ଏହା ସହିତ ସ୍ଥାନୀୟ ଲୋକଙ୍କୁ ମଧ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଛି। ଏହି ନିର୍ଦ୍ଦେଶର ଉଲ୍ଲଙ୍ଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି।

ସେପଟେ ଯାଜପୁର ଜିଲାରେ ହଇଜା ସ୍ଥିତିର ଅନୁଧ୍ୟାନ ପରେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ଫେରିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ପରେ ଟିମ୍ ସ୍ପଷ୍ଟ କରିଛି ଯେ ଜିଲାରେ କଲେରା ବ୍ୟାପିଛି, ତେବେ ଏହା ପାଣ୍ଡେମିକ୍ ନୁହେଁ, ବରଂ ଏଣ୍ଡେମିକ୍ ଅବସ୍ଥାରେ ରହିଛି।

କେନ୍ଦ୍ରୀୟ ଟିମ୍ ଜଣାଇଛି ଯେ ଭିବ୍ରିଓ କଲେରା ବ୍ୟାକ୍ଟେରିଆ ଏବଂ ଅନ୍ୟ କିଛି କାରଣରୁ ରୋଗ ବ୍ୟାପୁଛି। କେସ୍‌ ଲୋଡ୍‌ ଅନୁଧ୍ୟାନ କରାଯାଉଛି ଏବଂ ଡାଇରିଆ ମାମଲା ମଧ୍ୟ ଦେଖାଦେଇଛି। ଟିମ୍ ରାଜ୍ୟ ସରକାରଙ୍କୁ ପ୍ରତିକାରମୂଳକ ପଦକ୍ଷେପ ସୁପାରିସ କରିଥିବା ସହ ସ୍ୱଚ୍ଛତା ରକ୍ଷା ନେଇ ପରାମର୍ଶ ଦେଇଛି।

“ହଇଜା ଟିକେ ଅଧିକ ବ୍ୟାପିଛି, ତେବେ ଏହା ନିୟନ୍ତ୍ରଣାଧୀନ। ଆମେ ପୁଣି ଗ୍ରାଉଣ୍ଡକୁ ଯାଇ ସ୍ଥିତି ଅନୁଧ୍ୟାନ କରି। କେଉଁ ଜିଲାକୁ ଯିବୁ, ତାହା ଖୁବ୍‌ଶୀଘ୍ର ସ୍ଥିର ହେବ,” ବୋଲି ଟିମ୍ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ପ୍ରଶାସନ ଏବଂ ସ୍ୱାସ୍ଥ୍ୟ ବିଭାଗ ସତର୍କ ରହି ଜନସାଧାରଣଙ୍କୁ ସଚେତନତା ଓ ସ୍ୱଚ୍ଛତା ରକ୍ଷା ପାଇଁ ପରାମର୍ଶ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri