ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ  ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା ହଇଜା, ଝାଡାବାନ୍ତି କାୟା ବିସ୍ତାର କରୁଛି । ବୁଧବାର ମଧ୍ୟାହ୍ନରେ ଗ୍ରାମର ସୁରେନ୍ଦ୍ର ମଲ୍ଲିକ(୬୦) ମୃତ୍ୟୁବରଣ କରିଥିବା ବେଳେ ରାଜନା ପଲ୍ଲୀ ଗାଁର ସମ୍ବାରୁ ମଲ୍ଲିକ(୭୧) ଗୁରୁବାର ସକାଳେ ମୃତ୍ୟୁବରଣ କରିଥିବା ଖବର ମିଳିଛି । ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମାର୍ଥାପୁର ଗ୍ରାମର ରଘୁନାଥ ମଲ୍ଲିକ(୬୨), ରୁନି ମଲ୍ଲିକ(୧୫),ଶୁଭମ୍ ମଲ୍ଲିକ(୧୩),ବନମାଳୀ ମଲ୍ଲିକ(୫୫) ଓ ଅନ୍ୟ ଜଣେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଅନ୍ୟ ୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଗ୍ରାମର ଭରତ ମଲ୍ଲିକ ଗତ ୧୨ ଦିନ ପୂର୍ବେ ଝାଡାବାନ୍ତିରେ ମୃତ୍ୟୁବରଣ କରିଥିଲେ । ଗାଁରେ ତାଙ୍କ ଶୁଦ୍ଧି କ୍ରିୟା ଭୋଜି ଚାଲିଥିଲା।ମଙ୍ଗଳବାର ଭୋଜି ଖାଇବାକୁ ସୁରେନ୍ଦ୍ର,ବନମାଳୀ, ସମ୍ଵାରୁ ଏବଂ ତାଙ୍କ ପରିବାର ଲୋକେ ଯାଇଥିଲେ । ଭୋଜି ଖାଇବା ପରେ  ରାତିରେ ଗାଁ ରେ ହଇଜା, ଝାଡା ବାନ୍ତି ବ୍ୟାପିଥିଲା। ସମସ୍ତ ଆକ୍ରାନ୍ତଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ବୁଧବାର ସନ୍ଧ୍ୟା ପ୍ରାୟ ସାଢେ ୭ ଟାରେ ମୃତଦେହ ଗାଁରେ ପହଞ୍ଚିବା ପରେ ବିଳମ୍ବିତ ସନ୍ଧ୍ୟାରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ଗତ ୨ ଦିନ ହେଲା ଗାଁରେ ଆଶାକର୍ମୀ ଓ  ସ୍ବାସ୍ଥ୍ୟ ଟିମ୍ ଗ୍ରାମରେ ପହଞ୍ଚି ଲୋକଙ୍କୁ ସ୍ବାସ୍ଥ୍ୟ ସଚେତନତା କରାଇଛନ୍ତି। ଗୁରୁବାର ଗଞ୍ଜାମ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବାଲୁଙ୍କେଶ୍ୱର ଷଡଙ୍ଗୀ, ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସୁପରିଟେଣ୍ଡେଣ୍ଟ ଡା. ବାହାନ ଦାସ, ଜିଲା ସ୍ବାସ୍ଥ୍ୟ ପରୀକ୍ଷାଗାର ରସାୟନବିତ୍ ବିଶେଷଜ୍ଞ ପ୍ରବୀଣ କୁମାର ଦାସ, ନମୂନା ସଂଗ୍ରାହକ ଅରୁଣ କୁମାର ବେହେରା ପ୍ରମୁଖ ସ୍ଵତନ୍ତ୍ର ସ୍ବାସ୍ଥ୍ୟ ଟିମ୍ ସହ ପ୍ରଭାବିତ ଗାଁ ମାନଙ୍କରେ  ପହଞ୍ଚି ସ୍ବାସ୍ଥ୍ୟସେବା ତଦାରଖ କରିବା ସହ ଘର ଘର ବୁଲି ଲୋକଙ୍କୁ ସଚେତନ କରାଇଛନ୍ତି ।

ସେହିପରି ପୋଖରୀ,ନଳକୂପ ପରିସରରୁ ନମୂନା ସଂଗ୍ରହ କରାଯାଇଛି । ସାନଖେମୁଣ୍ଡି ଗ୍ରାମ୍ୟଜଳ ଯୋଗାଣ ପରିମଳ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଧନୁର୍ଜୟ ବେହେରା, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଉପମା ଘଡେଇ ପ୍ରମୁଖ ବିଭିନ୍ନ ପ୍ରଭାବିତ ଗ୍ରାମ ମାନଙ୍କରେ ପହଞ୍ଚି ଗ୍ରାମରେ ଥିବା ସମସ୍ତ ନଳକୂଅ ପରିସର, କୂଅ, ପୋଖରୀରେ  ବ୍ଲିଚିଙ୍ଗ ପାଉଡର ପକାଇ ବିଶୋଧନ କରାଇଛନ୍ତି । ସରପଞ୍ଚ ସନ୍ତୋଷ ବିଷୋୟୀ ଗ୍ରାମରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ସେମାନଙ୍କ ସହ ଆଲୋଚନା କରି ଫେରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?