ଦିଗପହଣ୍ଡିରେ ମାଡ଼ିଲା ହଇଜା, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇ…

ଦିଗପହଣ୍ଡି,୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଗାଁ ଉସ୍ତପଲ୍ଲୀ ଗାଁରେ ହଇଜା ପ୍ରଭାବରେ ୧୦ରୁ ଊଦ୍ଧର୍‌ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତମାନଙ୍କୁ ରବିବାର ସକାଳେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଦମୟନ୍ତୀ ଶବର ଏବଂ ଅନୀତା ଶବରଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗତ ୪ ଦିନ ହେଲା ସମ୍ପୃକ୍ତ ଅଞ୍ଚଳରେ ଲଗାଣ ବର୍ଷା ଲାଗିରହିଛି। ଦୂଷିତ ପାଣି ଯୋଗୁ ହଇଜା ବ୍ୟାପୁଥିବା ସୂଚନା ମିଳିବା ପରେ ଆଶାକର୍ମୀ ସୁଦେଷ୍ଣା ସାହୁ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରିବା ସହ ଔଷଧ, ଓଆର୍‌ଏସ୍‌, ହେଲୋଜେନ ବଟିକା ବଣ୍ଟନ କରି ପରିସ୍ଥିତି ପ୍ରତି ନଜର ରଖିଥିଲେ। ରବିବାର ସକାଳେ ହଇଜାର ପ୍ରକୋପ ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ଆକ୍ରାନ୍ତମାନଙ୍କୁ ପ୍ରାୟ ୨ କିମି ଦୋଳା ସାହାଯ୍ୟରେ ବୁହାଇ ସେଠାରୁ ଆମ୍ବୁଲାନ୍ସ ଯୋଗେ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଗତ ଗୁରୁବାର ଗ୍ରାମର ଦାସ ଶବର ହଇଜାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ସେହିପରି କିଛିଦିନ ତଳେ ସାନଖେମୁଣ୍ଡି ବ୍ଲକ ତାଳପୁର ଗ୍ରାମର ଗଙ୍ଗା ନାଇକ ହଇଜାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିଲେ। ଅନେକ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ସ୍ଥାନୀୟ ସ୍ବାସ୍ଥ୍ୟ ପ୍ରଶାସନ କିନ୍ତୁ ଏଭଳି ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡା. ଶିବାନନ୍ଦ ଚୌଧୁରୀଙ୍କୁ ପଚାରିବାରୁ ରବିବାର ସକାଳେ କିଛି ମହିଳା ଓ ପୁରୁଷ ଝାଡ଼ିବାନ୍ତିରେ ସଂକ୍ରମିତ ହୋଇ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ସେ ଜିଲା ସ୍ବାସ୍ଥ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିବା କହିଛନ୍ତି। ଅପରାହ୍ନରେ ଏକ ସ୍ବାସ୍ଥ୍ୟ ଟିମ୍‌ ଏବଂ ବ୍ଲକ ପାନୀୟଜଳ ବିଭାଗ କର୍ତ୍ତୃପକ୍ଷ ଗାଁରେ ପହଞ୍ଚି ସବିଶେଷ ତିଥି ଅନୁଧ୍ୟାନ କରିବା ସହ ପାଣି ନମୁନା ସଂଗ୍ରହ କରି ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri