ହଇଜା ନେଲା ଜୀବନ: ପ୍ରଶାସନର ବିଫଳତାକୁ ପ୍ରଘଟ କଲେ ବିଭିନ୍ନ ଯୋଜନାରୁ ପଡିବେ ବାଦ୍‌…

ଦିଗପହଣ୍ଡି,୧୧।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଦୁର୍ଗମ ଉସ୍ତପଲ୍ଲୀ ଗ୍ରାମରେ ହଇଜା ସଂକ୍ରମିତ ଜଣେ ଶିଶୁ ଶୁକ୍ରବାର ମୃତ୍ୟୁବରଣ କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗୁରୁବାର ସେ ବ୍ରହ୍ମପୁର ବଡ ମେଡିକାଲରୁ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ମୃତକ ଜଣକ ଉସ୍ତପଲ୍ଲୀ ଗ୍ରାମର ରଘୁନାଥ ଶବରଙ୍କ ଦେଢବର୍ଷର ପୁଅ ବାବୁଲି ଶବର ବୋଲି ସୂଚନା ମିଳିଛି।
ପିଲାର ମତ୍ୟୁପରେ ଉସ୍ତପଲିରେ ହଇଜା ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବରୁ ଗ୍ରାମର ଦାସ ଶବର ଓ ପ୍ରକାଶ ରଇତଙ୍କ ମୃତ୍ୟୁ ହୋଇଥିଲା। ତେବେ ପ୍ରଶାସନ ପକ୍ଷରୁ ହଇଜା ମୃତ୍ୟୁକୁ ଅସ୍ବୀକାର କରାଯାଇ ଅପମିଶ୍ରିତ ଖାଦ୍ୟ ଖାଇବା ଯୋଗୁ ପେଟ ଯନ୍ତ୍ରଣାରେ ସେମାନଙ୍କ ମତ୍ୟୁ ହୋଇଥିବା ସଫେଇ ଦିଆଯାଇଥିଲା। ଏପରିକି ଶିଶୁଟିର ମତ୍ୟୁର କାରଣ ମଧ୍ୟ ହଇଜା ନୁହେଁ ବରଂ ବଡମୁଣ୍ଡ ଜନିତ ସଂକ୍ରମଣ ବୋଲି ବମକୋଇ ସିଏଚସି ସୁପରିନଟେଣ୍ଡେଣ୍ଟ ଡା. ଶୁଚିସ୍ମିତା ଚୌଧୁରୀ କହିଛନ୍ତି।
ତେବେ ବର୍ତ୍ତମାନ ସୁଦ୍ଧା ଗ୍ରାମର ଗଣେଶ ଶବର (୨୨) ଏବଂ ସୁବାସୀ ଶବର (୨୦) ବ୍ରହ୍ମପୁର ଏମକେସିଜିରେ ଚିକିତ୍ସାଧୀନ ଥିବା ଜଣାପଡିଛି।
ଅପରପକ୍ଷରେ ପ୍ରଶାସନର କୌଣସି ପ୍ରକାର ବିଫଳତାକୁ ପ୍ରଘଟ ନ କରିବାକୁ ଗ୍ରାମରେ ତାଗିଦ କରାଯିବା ସହ ପ୍ରଘଟକାରୀଙ୍କୁ ବିଭିନ୍ନ ଯୋଜନାରୁ ବାଦ ଦିଆଯିବା ଏବଂ ସାମାଜିକ ବାସନ୍ଦ କରାଯିବାର ଭୟ ଦେଖା ଯାଉଥିବା ଜଣେ ବାସିନ୍ଦା ତାଙ୍କର ନାମ ଗୋପନ ରଖିବା ସର୍ତ୍ତରେ ପ୍ରକାଶ କରିଛନ୍ତି। ଏଭଳି ସଙ୍ଗୀନ ଅଭିଯୋଗର ତୁରନ୍ତ ତଦନ୍ତ କରାଯିବାର ଆବଶ୍ୟକତା ମଧ୍ୟ ରହିଛି। ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ଏବଂ ବ୍ରହ୍ମପୁର ଏମପି ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀ ଉସ୍ତପଲି ଗ୍ରାମକୁ ଗସ୍ତକରି ମୃତକଙ୍କ ପରିବାରକୁ ଭେଟିବା ସହ ଗ୍ରାମର ବିଭିନ୍ନ ସମସ୍ୟା ନେଇ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଗ୍ରାମକୁ ଉନ୍ନତ ମାନର ରାସ୍ତା ନିର୍ମାଣ ପାଇଁ ଏମପିଙ୍କ ହାତ ପାଣ୍ଠିରୁ ୮ ଲକ୍ଷ ଟଙ୍କା ଯୋଗାଇ ଦିଆଯିବ ବୋଲ ପ୍ରତିନିଧି ରେଡ୍ଡୀ ପ୍ରକାଶ କରିଛନ।

Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?