ମଦିନାରେ ପାକିସ୍ତାନ ନେତାଙ୍କୁ ଦେଖି ଚୋର ଚୋର ବୋଲି ସ୍ଲୋଗାନ ଦେଲେ ମସଜିଦରେ ଥିବା ଲୋକେ

ମଦିନା,୨୯ ।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳଙ୍କୁ ଦେଖି ମଦିନାରେ ମସଜି-ଏ-ନବାବିରେ ଲୋକେ ଚୋର ଚୋର ବୋଲି ସ୍ଲୋଗାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ପ୍ରତିନିଧି ମଣ୍ଡଳଙ୍କ ସହ ୩ ଦିନିଆ ଅଧିକାରୀ ସ୍ତରୀୟ ଯାତ୍ରାରେ ସୌଦି ଆରବ ପହଞ୍ଚିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି । ଯେଉଁଥିରେ ଶହ ଶହ ଲୋକ ଚୋର ଚୋର ବେଲି କହି ପାଟି କରୁଛନ୍ତି । ଯେତେବେଳେ ପ୍ରତିନିଧିମଣ୍ଡଳ ମସଜିଦ-ଏ-ନବାବି ମଧ୍ୟକୁ ଆସୁଛନ୍ତି ସେତେବେଳେ ଲୋକେ ଚୋର ଚୋର ବୋଲି କହୁଥିବା ଦେଖାଯାଇଛି । ଏହି ଘଟଣା ପରେ ପୋଲିସ ସ୍ଲୋଗାନ ଦେଉଥିବା ଲୋକଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଏକ ଭିଡିଓରେ ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ ଓ ନ୍ୟାଶନାଲ ଆସେମ୍ଲିର ସଦସ୍ୟ ଶାହଜୈନ ବୁଗତି ଅନ୍ୟ ଲୋଙ୍କ ସହ ଦେଖାଯାଉଛନ୍ତି । ଏକ ପାକିସ୍ତାନୀ ଖବରକାଗଜର ସୂଚନା ଅନୁଯାୟୀ, ଔରଙ୍ଗଜେବ ପରୋକ୍ଷ ଭାବେ ଅପଦସ୍ଥ ଇମ୍ରାନ ଖାଁଙ୍କୁ ଏହି ଘଟଣା ପାଇଁ ଦାୟୀ କରିଛନ୍ତି । ଦ ଏକ୍ସପ୍ରେସ୍ ଟ୍ରିବ୍ୟୁନ ପ୍ରକାଶ କରିଛି ଔରଙ୍ଗଜେବ କହିଛନ୍ତି, ମୁଁ ଏହି ପବିତ୍ର ସ୍ଥାନରେ ସେହି ବ୍ୟକ୍ତି(ଇମ୍ରାନ ଖାଁ)ଙ୍କ ନାମ ନେବାକୁ ଚାହୁଁନାହିଁ, କାରଣ ଏହି ଭୂମିର ବ୍ୟବହାର ମୁଁ ରାଜନୀତି ପାଇଁ କରିବାକୁ ଚାହୁଁନାହିଁ । ସେ (ପାକିସ୍ତାନୀ) ସମାଜକୁ ନଷ୍ଟ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri