ନିଚୁଆପଦାରେ ଉଦ୍‌ଘାଟନ ହେଲା ଛଉ ନୃତ୍ୟ ତାଲିମ କେନ୍ଦ୍ର

ମୋରଡା,୩।୧୦(ସ୍ମାରକ ମାଜୀ): ଭାରତ ସରକାରଙ୍କ ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନରେ ଛଉ ନୃତ୍ୟ ତାଲିମ କେନ୍ଦ୍ର ଉଦଘାଟନ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ଜଳଶକ୍ତି ଓ଼ ଆଦିବାସୀ ଶସକ୍ତିକରଣ ମନ୍ତ୍ରୀ ବିଶେଶର ଟୁଡୁ, ଭାଜପା ରାଜ୍ୟ ସମ୍ପାଦକ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀର ଦୀପକ ଯୋଶୀ, ଛୋଟେଲାଲ ମହାନ୍ତ,ନିଚୁଆପଦା ଉତ୍ତରସାହି ଛଉ ନୃତ୍ୟ ପ୍ରତିଷ୍ଠାନର ସଭାପତି ଉମେଶଚନ୍ଦ୍ର ମହାନ୍ତ, ସମ୍ପାଦକ ହରିପଦ ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ।

ମୟୂରଭଞ୍ଜ ଜିଲା ହେଉଛି କଳା, ସଂସ୍କୃତିର ଜିଲା । ମୟୂରଭଞ୍ଜ ଛଉ ନୃତ୍ୟ ସାରା ବିଶ୍ୱ ପ୍ରସିଦ୍ଧ। ତେଣୁ ଛଉକୁ ଅଧିକ ସୁନ୍ଦର ଶାଣିତ କରିବା ପାଇଁ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି ଜିଲାରେ ମୋଟ ପାଞ୍ଚଟି ଛଉ ନୃତ୍ୟ କେନ୍ଦ୍ର ପ୍ରତିଷ୍ଠା ହୋଇଛି । ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହେବା ଦ୍ୱାରା ଗ୍ରାମଞ୍ଚଳର କଳାକାରମାନଙ୍କୁ ଅନ୍ତର୍ଜାତୀୟ ଛଉ ଗୁରୁ ମାନେ ନିଖୁଣ ଉନ୍ନତ ଛଉ ତାଲିମ ଦେବା ସହିତ ଆଗାମୀ ଦିନରେ ଗ୍ରାମାଞ୍ଚଳର ଛଉ ନୃତ୍ୟର ବିକାଶ ଶୀର୍ଷରେ ପହଞ୍ଚି ପାରିବ ବୋଲି ମଞ୍ଚାସୀନ ଅତିଥିମାନେ କହିଛନ୍ତି ।
ସେହିପରି ସରକାର ନିଚୁଆପଦା ଗ୍ରାମକୁ କଳା ଗ୍ରାମ ଭାବେ ଘୋଷଣା କରିଛନ୍ତି । ନିଚୁଆପଦାର ଛଉ କଳାକାରମାନେ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରତିଭା ପ୍ରଦର୍ଶନ କରି ଅଞ୍ଚଳର ସୁନାମ ଅର୍ଜନ କରିଛନ୍ତି ବୋଲି ଅତିଥି ସେମାନଙ୍କୁ ପ୍ରଂଶସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?