ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଛନ୍ତି କ୍ରିସ୍‌ ଗେଲ୍‌; ଟପ୍‌-୫ରେ ୩ ଭାରତୀୟ

ନୂଆଦିଲ୍ଲୀ, ୩।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀର ପ୍ରଭାବ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି। ସମସ୍ତ ୮ଟି ଯାକ ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି କ୍ୱାରାଣ୍ଟାଇନରେ ରହିବା ପରେ ଏବେ ଅଭ୍ୟାସ ଆରମ୍ଭ କରିଦେଇଛନ୍ତି।


କ୍ରିକେଟ୍‌ ସାଧାରଣତଃ ବ୍ୟାଟ୍ସମ୍ୟାନଙ୍କ ଖେଳ ହୋଇଥାଏ। ତେଣୁ ଏଥିରେ ଅଧିକ ପରିମାଣରେ ଚୌକା ଓ ଛକା ଦେଖିବାକୁ ମିଳିଥାଏ। ଭାରତର ମହେନ୍ଦ୍ର ସିଂ ଧୋନୀଙ୍କଠାରୁ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌ ଛକା ମାରିବାରେ ବେଶ୍‌ ସିଦ୍ଧହସ୍ତ। କିନ୍ତୁ ଆଇପିଏଲ୍‌ ଇତିହାସରେ ସର୍ବାଧିକ ଛକା ମାରିବାର ରେକର୍ଡ ଗେଲ୍‌ଙ୍କ ନାମରେ ରହିଛି। ଓ୍ବେଷ୍ଟଇଣ୍ଡିଜର ଏହି ବାମହାତୀ ଓପନର୍‌ ୧୨୪ ଇନିଂସରୁ ୩୨୬ ଛକା ମାରି ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ତାଲିକାର ଟପ୍‌-୫ରେ ୩ଜଣ ଭାରତୀୟ ଖେଳାଳି ରହିଛନ୍ତି।

ସେମାନେ ହେଲେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ମହେନ୍ଦ୍ର ସିଂ ଧୋନୀ, ମୁମ୍ବାଇ ଇଣ୍ଡିଆନ୍ସର ରୋହିତ୍‌ ଶର୍ମା ଓ ଧୋନୀଙ୍କ ସାଥୀ ଖେଳାଳି ସୁରେଶ ରାଇନା। ଧୋନୀ (୧୭୦ ଇନିଂସ, ୨୦୯ ଛକା) ତାଲିକାର ୩ୟ ସ୍ଥାନରେ ରହିଛନ୍ତି। ସେହିଭଳି ରୋହିତ୍‌ (୧୮୩ ଇନିଂସ, ୧୯୪ ଛକା) ଓ ରାଇନା (୧୮୯ ଇନିଂସ, ୧୯୪ ଛକା) ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନ ଲାଭ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଏବି ଡି ଭିଲର୍ସ (୧୪୨ ଇନିଂସ, ୨୧୨ ଛକା) ଏହି ତାଲିକାରେ ଗେଲ୍‌ଙ୍କ ପଛକୁ ୨ୟ ସ୍ଥାନରେ ରହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri