ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଛନ୍ତି କ୍ରିସ୍‌ ଗେଲ୍‌; ଟପ୍‌-୫ରେ ୩ ଭାରତୀୟ

ନୂଆଦିଲ୍ଲୀ, ୩।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀର ପ୍ରଭାବ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି। ସମସ୍ତ ୮ଟି ଯାକ ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି କ୍ୱାରାଣ୍ଟାଇନରେ ରହିବା ପରେ ଏବେ ଅଭ୍ୟାସ ଆରମ୍ଭ କରିଦେଇଛନ୍ତି।


କ୍ରିକେଟ୍‌ ସାଧାରଣତଃ ବ୍ୟାଟ୍ସମ୍ୟାନଙ୍କ ଖେଳ ହୋଇଥାଏ। ତେଣୁ ଏଥିରେ ଅଧିକ ପରିମାଣରେ ଚୌକା ଓ ଛକା ଦେଖିବାକୁ ମିଳିଥାଏ। ଭାରତର ମହେନ୍ଦ୍ର ସିଂ ଧୋନୀଙ୍କଠାରୁ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌ ଛକା ମାରିବାରେ ବେଶ୍‌ ସିଦ୍ଧହସ୍ତ। କିନ୍ତୁ ଆଇପିଏଲ୍‌ ଇତିହାସରେ ସର୍ବାଧିକ ଛକା ମାରିବାର ରେକର୍ଡ ଗେଲ୍‌ଙ୍କ ନାମରେ ରହିଛି। ଓ୍ବେଷ୍ଟଇଣ୍ଡିଜର ଏହି ବାମହାତୀ ଓପନର୍‌ ୧୨୪ ଇନିଂସରୁ ୩୨୬ ଛକା ମାରି ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ତାଲିକାର ଟପ୍‌-୫ରେ ୩ଜଣ ଭାରତୀୟ ଖେଳାଳି ରହିଛନ୍ତି।

ସେମାନେ ହେଲେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ମହେନ୍ଦ୍ର ସିଂ ଧୋନୀ, ମୁମ୍ବାଇ ଇଣ୍ଡିଆନ୍ସର ରୋହିତ୍‌ ଶର୍ମା ଓ ଧୋନୀଙ୍କ ସାଥୀ ଖେଳାଳି ସୁରେଶ ରାଇନା। ଧୋନୀ (୧୭୦ ଇନିଂସ, ୨୦୯ ଛକା) ତାଲିକାର ୩ୟ ସ୍ଥାନରେ ରହିଛନ୍ତି। ସେହିଭଳି ରୋହିତ୍‌ (୧୮୩ ଇନିଂସ, ୧୯୪ ଛକା) ଓ ରାଇନା (୧୮୯ ଇନିଂସ, ୧୯୪ ଛକା) ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନ ଲାଭ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଏବି ଡି ଭିଲର୍ସ (୧୪୨ ଇନିଂସ, ୨୧୨ ଛକା) ଏହି ତାଲିକାରେ ଗେଲ୍‌ଙ୍କ ପଛକୁ ୨ୟ ସ୍ଥାନରେ ରହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri