Posted inଖେଳ

ଆବୁଧାବି ଟି୧୦ ଲିଗ୍‌ରେ ଖେଳିବେ ଗେଲ୍‌, ଆଫ୍ରିଦୀ, ବ୍ରାଭୋ

ଆବୁଧାବି, ୨୧ା୧୨- ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଆବୁଧାବୀ ଟି୧୦ ଲିଗ୍‌ର ୪ର୍ଥ ସଂସ୍କରଣ। ଏଥିରେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌, ଅଲରାଉଣ୍ଡର ଡ୍ବେନ୍‌ ବ୍ରାଭୋ ଓ ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ ଅଂଶଗ୍ରହଣ କରିବେ। ଏମାନଙ୍କ ବ୍ୟତୀତ ଅନେକ ଅନ୍ତର୍ଜାତୀୟ ତାରକା ଖେଳାଳି ଭାଗ ନେବେ ବୋଲି ଲିଗ୍‌ ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି।

ପୂରା ଲିଗ୍‌ ଜାୟେଦ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟି୨୦ ଫର୍ମାଟରେ ହଜାରେରୁ ଅଧିକ ଛକା ମାରିଥିବା ଗେ୍‌ଲ ଟିମ୍‌ ଆବୁଧାବିର ଆଇକନ୍‌ ପାଇଁ ପ୍ରତିନିଧିତ୍ୱ କରିବେ। ସେହିଭଳି କଲନ୍ଦର୍ସ ପାଇଁ ଆଫ୍ରିଦୀ, ଦିଲ୍ଲୀ ବୁଲ୍ସ ପକ୍ଷରୁ ବ୍ରାଭୋ, ରସେଲ ନର୍ଦର୍ନ ଓ୍ବାରିୟର୍ସ ଏବଂ ସୁନୀଲ ନାରିନ୍‌ ଡେକାନ ଗ୍ଳାଡିଏଟର୍ସ ପାଇଁ ଆଇକନ ଖେଳାଳି ଭାବେ ବିବେଚିତ ହୋଇଛନ୍ତି। ଉଭୟ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଓ ଏମିରେଟ୍ସ କ୍ରିକେଟ ବୋର୍ଡର ସାହାଯ୍ୟ ଓ ସମର୍ଥନ ପାଇବାରେ ଆବୁଧାବି ଟି୧୦ ଲିଗ୍‌ ହେଉଛି ବିଶ୍ୱର ପ୍ରଥମ ୧୦ ଓଭର ବିଶିଷ୍ଟ ଟୁର୍ନାମେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri