Posted inଖେଳ

କ୍ରିକେଟରୁ ବିଦାୟ ନେଲେ ମୋରିସ

କେପ୍‌ ଟାଉନ,୧୧।୧: ଦକ୍ଷିଣ ଆଫ୍ରିକୀୟ ଅଲରାଉଣ୍ଡର କ୍ରିସ ମୋରିସ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ସମ୍ପର୍କରେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଜରିଆରେ ଜଣାଇ ଦେଇଛନ୍ତି ୩୪ ବର୍ଷୀୟ କ୍ରିକେଟର। ଏଥି ସହ ଘରୋଇ ଦଳ ଟାଇଟନ୍ସର କୋଚ ପଦବୀ ଗ୍ରହଣ କରିଥିବା ସେ ସୂଚନା ଦେଇଛନ୍ତି।

“ମୋ ଅଭିଯାନର ଅଂଶ ଥିବା ପ୍ରତ୍ୟେକଙ୍କୁ ଧନ୍ୟବାଦ। ଏହା ଖୁବ୍‌ ମଜାଦାର ଯାତ୍ରା ଥିଲା” ବୋଲି ଇନଷ୍ଟାଗ୍ରାମରେ ପୋଷ୍ଟରେ ଲେଖିଛନ୍ତି।

୩ ଫର୍ମାଟକୁ ମିଶାଇ ମୋରିସ ଅନ୍ତର୍ଜାତୀୟ ସ୍ତରରେ ୬୯ ମ୍ୟାଚ୍‌ ଖେଳି ହାତେଇଥିଲେ ୯୪ ଉଇକେଟ। ନିମ୍ନକ୍ରମରେ ଏକ ଧୂଆଁଦାର ବ୍ୟାଟର ଭାବେ ଜଣାଶୁଣା ଅଲରାଉଣ୍ଡରଙ୍କୁ ଅନ୍ତର୍ଜାତୀୟ ସ୍ତରରେ ସେଭଳି ସଫଳତା ମିଳି ନ ଥିଲା। କିନ୍ତୁ ୨୦୧୩ରୁ ତାଙ୍କୁ ଆଇପିଏଲରେ ବେଶ ଗୁରୁତ୍ୱ ଦେବା ଆରମ୍ଭ କରିଥିଲେ ବିଭିନ୍ନ ଫ୍ରାଞ୍ଚାଇଜ। ସେ ଚେନ୍ନାଇ ସୁପର କିଙ୍ଗ୍ସ, ଦିଲ୍ଲୀ ଡେଆରଡେଭିଲ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଭଳି ଫ୍ରାଞ୍ଚାଇଜ ପାଇଁ ଖେଳିଥିଲେ। ଗତ ବର୍ଷ ଆଇପିଏଲ ଅକ୍‌ଶନରେ ତାଙ୍କୁ ୧୬.୨୫ କୋଟି ଟଙ୍କାରେ କିଣିଥିଲା ରାଜସ୍ଥାନ ରୟାଲ୍ସ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri