କଲେଜ ଛାତ୍ର ମୃତ୍ୟୁ ଘଟଣା ପଛରେ ପ୍ରେମିକା ସହ ଧରମ ଭାଇର ହାତ

କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ ଦରଘାବଜାର ଅଞ୍ଚଳର ଦିବ୍ୟରଞ୍ଜନ ବେହେରା ଓରଫ ଜୁବୁ(୨୬) ଓ ପିଠାପୁର ରୋଡର କୌଶଲ ପ୍ରଧାନ (୨୦)।

ଏ ସମ୍ପର୍କରେ ଏସିପି ଅମରେନ୍ଦ୍ର ପଣ୍ଡା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତୁଷାର ଓ ତାଙ୍କ କଲେଜର ଜଣେ ଯୁବତୀଙ୍କ ମଧ୍ୟରେ ଘନିଷ୍ଠତା ରହିଥିଲା। ପରେ ଦୁହିଁଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ସେହି କନେକ୍ସନରେ ଯୁବତୀ ଓ ତାଙ୍କ ବଡ଼ ଭଉଣୀଙ୍କ ବୟଫ୍ରେଣ୍ଡ ଓ ଜଣେ ଧରମ ଭାଇ ୨/୩ ମାସ ଧରି ଲଗାତର ଭାବେ ତୁଷାରଙ୍କୁ ମାନସିକ ନିର୍ଯାତନା ଦେଉଥିଲେ। ଏପରି କି ସେମାନେ ତୁଷାରଙ୍କ ଉପରେ ବିଭିନ୍ନ ଚାପ ପକାଇବା ସହ ତାଙ୍କ ବିରୋଧରେ ମିଛ ଏଫଆଇଆର୍‌ ଦେବା ପାଇଁ ଧମକ ଦେଉଥିଲେ। ଗତ ଅଗଷ୍ଟ ୩ ତାରିଖରେ ଇନଡୋର୍‌ ଷ୍ଟାଡିୟମରେ ତୁଷାରଙ୍କୁ ଦିବ୍ୟରଞ୍ଜନ ମାଡ ମାରିଥିଲେ। ପରେ ତୁଷାର ମାନସିକ ସ୍ତରରେ ଚାପଗ୍ରସ୍ତ ହୋଇଥିଲେ। ଆଉ ଏହି ୪ ଜଣଙ୍କ ଦ୍ୱାରା ଦିଆଯାଉଥିବା ମାନସିକ ନିର୍ଯାତନା ପାଇଁ ତୁଷାର ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ୪ ଜଣ ତାଙ୍କୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇଥିଲେ। ଏନେଇ ପୋଲିସ ଏକ ମାମଲା (ନଂ. ୩୮୨/୨୧) ରୁଜୁ କରି ଦିବ୍ୟରଞ୍ଜନ ଓ କୌଶଲଙ୍କୁ ଗିରଫ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଆଗାମୀ ଦିନରେ ତଦନ୍ତ ପରିସରକୁ ନିଆଯିବ ବୋଲି ଏସିପି ପଣ୍ଡା କହିଛନ୍ତି।

ସୂଚନାଯୋଗ୍ୟ, ତୁଷାର ଗତ ଅଗଷ୍ଟ ୩ ତାରିଖ ରାତି ୮ଟାରେ ଏକ ସ୍କୁଟିରେ କଟକ ଚଣ୍ଡୀଛକସ୍ଥିତ ଘରୁ କେଉଁଆଡେ ଚାଲିଯାଇଥିଲେ। ଏନେଇ ତାଙ୍କ ବାପା ହୃଷୀକେଶ କ୍ୟାଣ୍ଟନମେଣ୍ଟ ଥାନାରେ ଅଭିଯୋଗ କରିଥିଲେ। ଅଗଷ୍ଟ ୫ ତାରିଖରେ ଜଗତ୍‌ପୁର ପୋଲିସ ଯୋବ୍ରା ଆନିକଟ ନିକଟରୁ ମୃତଦେହ ଜବତ କରିଥିଲା। ପରେ ତୁଷାରଙ୍କର ବାନ୍ଧବୀଙ୍କ ସମେତ ୫ଜଣ ସାଙ୍ଗଙ୍କ ବିରୋଧରେ ହୃଷୀକେଶ କ୍ୟାଣ୍ଟନମେଣ୍ଟ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri