ବଡ଼ଦିନ, ନୂଆବର୍ଷ ପାଇଁ କଟକଣା

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): କରୋନା ସଂକ୍ରମଣ ଜାରି ରହିଥିବାବେଳେ ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଚିନ୍ତା ବଢ଼ିଛି। ସଂକ୍ରମଣ ଏଡାଇବାକୁ ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଶନିବାର ଅର୍ଥାତ୍‌ ୨୫ ତାରିଖ ବଡ଼ଦିନ ଓ ଡିସେମ୍ବର ୩୧ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହା ଲାଗୁ ହେବ। ଏ ନେଇ ଶୁକ୍ରବାର ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବଡ଼ଦିନ ପାଳନକୁ କେବଳ ଚର୍ଚ୍ଚ ଭିତରେ ସୀମିତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସର୍ବାଧିକ ୫୦ ଜଣଙ୍କୁ ନେଇ କୋଭିଡ୍‌ ପ୍ରୋଟୋକଲ ମାନି ବଡ଼ଦିନ ପାଳନ ହେବ। ଏଥିସହ ଜିଲା ପ୍ରଶାସନ ବା ମହାନଗର ନିଗମ କର୍ତ୍ତୃପକ୍ଷ ବା ସ୍ଥାନୀୟ କର୍ତ୍ତୃପକ୍ଷ ଯଦି କିଛି ନିୟମ କରିଥା’ନ୍ତି, ତା’ହେଲେ ତାକୁ ବି ପାଳନ କରିବାକୁ ପଡ଼ିବ। ସେହିଭଳି ଜିରୋ ନାଇଟ୍‌ ସେଲିବ୍ରେଶନକୁ ମଧ୍ୟ ବାରଣ କରାଯାଇଛି। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ହୋଟେଲ, କ୍ଲବ ଓ ରେଷ୍ଟୁରାଣ୍ଟରେ କୌଣସି ପ୍ରକାର କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ପାର୍କ, କନ୍‌ଭେନ୍‌ଶନ ହଲ୍‌ ଓ କଲ୍ୟାଣ ମଣ୍ଡପରେ ବି ନୂଆବର୍ଷ ପାଳନ ଉପରେ କଟକଣା ଲଗାଯାଇଛି। ସମସ୍ତ ପ୍ରକାର ମିଳିତ ଭୋଜି, ସାମାଜିକ ସମାବେଶ, ରାଲି, ନାଚ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସମ୍ପୂର୍ଣ୍ଣ ମନା କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟ ସରକାର ନୂଆ ଗାଇଡ୍‌ଲାଇନରେ ବାହାଘରକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ବାହାଘର ବ୍ୟତୀତ ଅନ୍ୟ ସମସ୍ତ ଉତ୍ସବ ପାଳନ ଉପରେ ରୋକ୍‌ ଲଗାଇଛନ୍ତି। ବାହାଘରକୁ ଅନୁମତି ମିଳିଥିବାବେଳେ ବିବାହ ଉତ୍ସବ ଭୋଜି ବା ରିସେପ୍‌ଶନ ପାର୍ଟି ଉପରେ କଟକଣା ଲଗାଯାଇଛି। ଅର୍ଥାତ୍‌ କୋଭିଡ୍‌ କଟକଣାରେ ବାହାଘର ହୋଇପାରିବ, କିନ୍ତୁ ଅତିଥିଙ୍କ ପାଇଁ ଭୋଜି କରିପାରିବେ ନାହିଁ। ବାହାଘରରେ ଭିଡ଼ ନ କରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌-୧୯ କଟକଣା ମଧ୍ୟରେ ଅନ୍ତ୍ୟୋଷ୍ଟି କ୍ର୍ରିୟା ବା ଶେଷକୃତ୍ୟ ସମ୍ପନ୍ନ କରିବାକୁ ମଧ୍ୟ ଅନୁମତି ମିଳିଛି। ଯେପରି ଅଧିକ ଲୋକଙ୍କ ଭିଡ଼ ନ ଜମିବ ସେଥିପାଇଁ ଏହିସବୁ କାର୍ଯ୍ୟକ୍ରମ ଉପରେ ସ୍ଥାନୀୟ ପ୍ରଶାସନର ନଜର ରହିବ। ଏ ନେଇ ଜିଲାପାଳ, ମହାନଗର ନିଗମ କମିଶନର, ପୋଲିସ କମିଶନରଙ୍କୁ କୋଭିଡ଼ ନିୟମକୁ କଡ଼ାକଡ଼ି ପାଳନ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦରକାର ପଡ଼ିଲେ ଅଧିକ କଟକଣା ଲଗାଇବାକୁ ବି ସେମାନଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର।
ସୂଚନାଯୋଗ୍ୟ, ବଡ଼ଦିନ ଓ ନୂଆବର୍ଷ ପାଇଁ ପ୍ରଥମେ ଡିସେମ୍ବର ୨୫ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଥିଲା। ପରେ ଏଥିରେ ପରିବର୍ତ୍ତନ କରାଯାଇ କେବଳ ବଡ଼ଦିନ ୨୫ ତାରିଖ ଓ ଡିସେମ୍ବର ୩୧ରୁ ଜାନୁୟାରୀ ୨ ତାରିଖରେ କଟକଣା ଲାଗୁହେବା ନେଇ ସଂଶୋଧିତ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏସ୍‌ଆର୍‌ସି। ଏଠାରେ ଉଲ୍ଲେଖଯୋଗ୍ୟ, ଡିସେମ୍ବର ୨୬ ହେଉଛି ବିଜୁ ଜନତା ଦଳ (ବିଜେଡି)ର ୨୫ତମ ପ୍ରତିଷ୍ଠା ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri