ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ ଲାଗି ସମସ୍ତ ସମାବେଶକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃୃପକ୍ଷ (ଡିଡିଏମ୍‌ଏ) ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶନାମାରେ ସମସ୍ତ ସାମାଜିକ, ରାଜନୈତିକ, କ୍ରୀଡ଼ା, ମନୋରଞ୍ଜନ, ସାଂସ୍କୃତିକ, ଧର୍ମୀୟ ଏବଂ ଅନ୍ୟାନ୍ୟ ଉତ୍ସବଜନିତ ସମାବେଶକୁ ନିଷେଧ କରାଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ବୈଠକ, ସମ୍ମିଳନୀ, ବିବାହ, ପ୍ରଦର୍ଶନୀ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟ ପାଇଁ ପ୍ରେକ୍ଷାଳୟ ଖୋଲିବ ନାହିଁ। ଖ୍ରୀଷ୍ଟମାସ୍‌ ଓ ନୂଆବର୍ଷ ପୂର୍ବରୁ କୋଭିଡ୍‌ର ସୁପରସ୍ପ୍ରେଡର ଆଶଙ୍କା ଥିବା ଅଞ୍ଚଳକୁ ଚିହ୍ନଟ କରାଯିବ। ଜିଲା ମାଜିଷ୍ଟ୍ରେଟ୍‌ମାନେ ସର୍ଭେ କରି ସେଭଳି କଲୋନି, ମାର୍କେଟ, ଗହଳିସ୍ଥାନ ଚିହ୍ନଟ କରିବାକୁ ଡିଡିଏମ୍‌ଏ ପକ୍ଷରୁ କୁହାଯାଇଛି। ଏସ୍‌ଓପି ମଧ୍ୟରେ ସ୍କୁଲ୍‌ କଲେଜ ଖୋଲିବାକୁ ଅନୁମତି ମିଳିବ। ସେହିପରି ରେଷ୍ଟୁରାଣ୍ଟ ଓ ବାର ଅଧା ସିଟ୍‌ ସହ ଖୋଲିବାକୁ ଅନୁମତି ଦିଆଯିବ। ସେହିପରି ଅଡିଟୋରିୟମ ଏବଂ ସଭାଗୃହଗୁଡ଼ିକରେ ୫୦ ପ୍ରତିଶତ ଲୋକଙ୍କୁ ଅନୁମତି ମିଳିବ। ଜିଲା ପ୍ରଶାସନିକ ଅଧିକାରୀ ଏବଂ ପୋଲିସକୁ ଉକ୍ତ ନିର୍ଦ୍ଦେଶନାମା ପାଳନ କରିବା ସହ ଦୈନିକ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ସେହିପରି ବିନା ମାସ୍କରେ ଗ୍ରାହକଙ୍କୁ ଦୋକାନରେ ପୂରାଇ ନ ଦେବାକୁ ମାର୍କେଟ ଟ୍ରେଡ୍‌ ଆସୋସିଏଶନକୁ ନିର୍ଦ୍ଦେଶ ଦିଆଯାଇଛି।
ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ରେ ପହଞ୍ଚତ୍ଥିବାବେଳେ ଦିଲ୍ଲୀରେ ୫୭ ଜଣ ସଂକ୍ରମିତ ହେଲେଣି। ସଂକ୍ରମଣ ରୋକିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ରାତ୍ରିକାଳୀନ କର୍ଫ୍ୟୁ ସମେତ ବିଭିନ୍ନ କଟକଣା ଲଗାଇବାକୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟେଷ୍ଟିଂ, ଟ୍ରାକିଂ ବଢ଼ାଇବା ଏବଂ ଭିଡ଼ ହେବାକୁ ନ ଦେବା ଆଦି ପ୍ରତିକାରମୂଳକ ପଦକ୍ଷେପ ନେବାକୁ କୁହାଯାଇଛି। ମହାରାଷ୍ଟ୍ରରେ ୫୪ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓମିକ୍ରନ୍‌ ଭାରିଆଣ୍ଟ ଆସିବା ପରେ ଦେଶରେ କେଭିଡ୍‌ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ୨୪ ଘଣ୍ଟା ମଧ୍ୟରେ ୬,୩୧୭ ନୂଆ କୋଭିଡ୍‌ ମାମଲା ଦେଖାଦେଇଥିବାବେଳେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୭୮,୧୯୦ ରହିଛି। ଡେଲ୍ଟା ତୁଳନାରେ ଓମିକ୍ରନ୍‌ ଭାରିଆଣ୍ଟ ୩ ଗୁଣ ଅଧିକ ଦ୍ରୁତ ବେଗରେ ସଂକ୍ରମିତ ହେଉଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri