Posted inଜାତୀୟ

କ୍ରୋମ ୟୁଜରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୨: ଇଣ୍ଡିଆନ କମ୍ପ୍ୟୁଟର ଏମରଜେନ୍ସି ରେସପନ୍ସ ଟିମ୍‌ (ସିଇଆର୍‌ଟି-ଇନ) ପକ୍ଷରୁ କ୍ରୋମ ୟୁଜରଙ୍କୁ ଚେତାବନୀ ଦିଆଯାଇଛି। ଏହି ବ୍ରାଉଜରରେ ଅନେକ ସୁରକ୍ଷା ସମ୍ପର୍କୀତ ଦୁର୍ବଳତା ରହିଛି। ସିଇଆର୍‌ଟି-ଇନ୍‌ ହେଉଛି ଏକ ସରକାରୀ ସଂସ୍ଥା, ଯାହାକି ସାଇବର ସୁରକ୍ଷା ବିପଦର ସମାଧାନ କରେ। ଏଜେନ୍ସି ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ କ୍ରୋମ ସୁରକ୍ଷା ସମ୍ପର୍କୀତ ସମସ୍ୟାର ସମାଧାନ ମଧ୍ୟ ଉଲ୍ଲେଖ କରାଯାଇଛି।

ବିଶ୍ୱରେ ସର୍ବାଧିକ ବ୍ୟବହାର ହେଉଥିବା ବ୍ରାଉଜର ହେଉଛି କ୍ରୋମ। ଷ୍ଟାଟକାଉଣ୍ଟର ନାମକ ଏକ ଆନାଲିଟିକ୍ସ ଫାର୍ମ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କ୍ରୋମ ପାଖରେ ସର୍ବବୃହତ୍‌ ବ୍ରାଉଜର ମାର୍କେଟ ଅଛି। ଏହାର ଲୋକପ୍ରିୟତା ଯୋଗୁ ସାଇବର ଆକ୍ରମଣକାରୀ ଏହାକୁ ଟାର୍ଗେଟ କରିପାରନ୍ତି। ଯଦ୍ଦ୍ବାରା ସାଇବର ଆକ୍ରମଣକାରୀ ଥରକେ ଅନେକ ୟୁଜରଙ୍କ ମୋବାଇଲକୁ ଆକ୍ରମଣ କରିପାରିନ୍ତି।

“ରିଡର ମୋଡ୍‌, ଓ୍ବେବ ସର୍ଚ୍ଚ, ଥମ୍ବନେଲ ଟ୍ୟାବ୍‌ ଷ୍ଟ୍ରିପ୍‌, ସ୍କ୍ରିନ କ୍ୟାପଚର, ଓ୍ବିନଣ୍ଡୋ ଡାଇଲଗ, ପେମେଣ୍ଟ, ଏକ୍ସଟେନଶିପ୍ସ, ଆକ୍ସେସ୍‌ବିଲିଟି କାରଣରୁ ଗୁଗଲ କ୍ରୋମରେ ଅନେକ ଦୁର୍ବଳତା ଅଛି” ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। କିନ୍ତୁ ୟୁଜରଙ୍କୁ ଏଥି ଲାଗି ଚିନ୍ତିତ ହେବାର ଆବଶ୍ୟକତା ନାହିଁ। ଗୁଗଲ କ୍ରୋମର ଅପଡେଟ୍‌ ଭର୍ସନ ଆସିଯାଇଛି। କିନ୍ତୁ କ୍ରୋମର ପୂର୍ବ ଭର୍ସନ ୯୮.୦.୪୭୫୮.୮୦. ୟୁଜରଙ୍କ ଲାଗି ଏହା ଚେତାବନୀ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri