ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ ଚେତାବନୀ

କାଳିଆପାଣି, ୩୧।୭ (ଡି.ଏନ୍‌.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍‌ ଭାବେ ଚିକିତ୍ସା ମିଳିପାରୁନି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତା ତୁରନ୍ତ ମରାମତି କରା ନ ଗଲେ ଆଗାମୀ ଦିନରେ ଅଞ୍ଚଳବାସୀ ଆନ୍ଦୋଳନ କରିବା ସହ ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ କରିଦିଆଯିବ ବୋଲି ସୁକିନ୍ଦା ଭାଜପା ଯୁବନେତା ଦିଲ୍ଲୀପ କୁମାର ପାତ୍ର, ଲମ୍ବୋଦର ମହାନ୍ତ, ସ୍ଥାନୀୟ ବଣିକ ସଂଘ ଓ ଟ୍ରକ ମାଲିକମାନେ ଚେତାବନୀ ଦେଇଛନ୍ତି।
ପ୍ରକାଶ ଯେ, କ୍ରୋମାଇଟ୍‌ ପରିବହନ ପାଇଁ ଟମକା-ମଙ୍ଗଳପୁର ରାସ୍ତା ଦେଇ ପ୍ରତିଦିନ ହଜାର ହଜାର ଟ୍ରକ ଯା’ଆସ କରୁଛି। ରାସ୍ତା ବିଭିନ୍ନ ସ୍ଥାନରେ ଦୁଇ ତିନି ଫୁଟର ବିରାଟ ଖାଲ ସୃଷ୍ଟି ହୋଇଛି। ଫଳରେ ଅନେକ ସମୟରେ ଏହି ରାସ୍ତାରେ ଦୁର୍ଘଟଣା ଘଟି ଲୋକମାନେ ମୃତାହତ ହେଉଥିବା ନଜିର ରହିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇ ପଡ଼ିଥିବାରୁ ଯାତ୍ରୀବାହୀ ଗାଡ଼ି ଯିବାଆସିବାରେ ଅସୁବିଧା ହେଉଥିବା ବେଳେ ଆମ୍ବୁଲାନ୍ସରେ ରୋଗୀ ଯିବା ବେଳେ ବହୁ ହୀନସ୍ତା ଭୋଗୁଛନ୍ତି। ଅନ୍ୟପଟେ ରାସ୍ତାରେ ଖାଲଖମା ଯୋଗୁ ବର୍ଷାପାଣି ଜମି ରହିବା ଫଳରେ ଗାଡ଼ିମୋଟର ଯିବା ଆସିବା ବେଳେ ଖାଲରେ ପଡ଼ି ଚାଳକମାନେ ଖଣ୍ଡିଆଖାବରା ହେଉଛନ୍ତି। ଖଣି ଅଞ୍ଚଳର ରାସ୍ତା, ଶିକ୍ଷା, ପାନୀୟଜଳ ଆଦିର ବ୍ୟବସ୍ଥା ପାଇଁ ଡିଏମ୍‌ଏଫ୍‌ (ଜିଲା ଖଣିଜ ପାଣ୍ଠି)ରୁ ଖର୍ଚ୍ଚ କରାଯିବା କଥା। ମାତ୍ର ତାହା କରାଯାଉନାହିଁ। ଏ ନେଇ ଅଞ୍ଚଳବାସୀ ଜିଲା ପ୍ରଶାସନ ଓ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବି ରାସ୍ତା ମରାମତି ବା ପୁନଃନିର୍ମାଣ କରାଯାଉ ନ ଥିବାରୁ ଅଞ୍ଚଳବାସୀ କ୍ଷୋଭ ପ୍ରକାଶ କରିଛନ୍ତି।
ସୂଚନାଥାଉ କି, ୨୦୧୭ ଫେବୃୟାରୀରେ ଟମକା-ମଙ୍ଗଳପୁର ଚାରିଥାକିଆ ରାସ୍ତା ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଚାରିଥାକିଆ ରାସ୍ତା ପାଇଁ ୨ ଥର ଟେଣ୍ଡର ହୋଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରୁନି। କେଉଁ କାରଣରୁ ରାସ୍ତା ନିର୍ମାଣ ଅଟକି ରହିଛି, ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଆର୍‌ଆଣ୍ଡବି ଏସ୍‌ଡିଓ ମନୋଜ ମହାପାତ୍ରଙ୍କୁ ପଚାରିବାରେ କ’ଣ ହୋଇଛି ମୁଁ କହିପାରିବି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri