ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ ଚେତାବନୀ

କାଳିଆପାଣି, ୩୧।୭ (ଡି.ଏନ୍‌.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍‌ ଭାବେ ଚିକିତ୍ସା ମିଳିପାରୁନି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତା ତୁରନ୍ତ ମରାମତି କରା ନ ଗଲେ ଆଗାମୀ ଦିନରେ ଅଞ୍ଚଳବାସୀ ଆନ୍ଦୋଳନ କରିବା ସହ ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ କରିଦିଆଯିବ ବୋଲି ସୁକିନ୍ଦା ଭାଜପା ଯୁବନେତା ଦିଲ୍ଲୀପ କୁମାର ପାତ୍ର, ଲମ୍ବୋଦର ମହାନ୍ତ, ସ୍ଥାନୀୟ ବଣିକ ସଂଘ ଓ ଟ୍ରକ ମାଲିକମାନେ ଚେତାବନୀ ଦେଇଛନ୍ତି।
ପ୍ରକାଶ ଯେ, କ୍ରୋମାଇଟ୍‌ ପରିବହନ ପାଇଁ ଟମକା-ମଙ୍ଗଳପୁର ରାସ୍ତା ଦେଇ ପ୍ରତିଦିନ ହଜାର ହଜାର ଟ୍ରକ ଯା’ଆସ କରୁଛି। ରାସ୍ତା ବିଭିନ୍ନ ସ୍ଥାନରେ ଦୁଇ ତିନି ଫୁଟର ବିରାଟ ଖାଲ ସୃଷ୍ଟି ହୋଇଛି। ଫଳରେ ଅନେକ ସମୟରେ ଏହି ରାସ୍ତାରେ ଦୁର୍ଘଟଣା ଘଟି ଲୋକମାନେ ମୃତାହତ ହେଉଥିବା ନଜିର ରହିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇ ପଡ଼ିଥିବାରୁ ଯାତ୍ରୀବାହୀ ଗାଡ଼ି ଯିବାଆସିବାରେ ଅସୁବିଧା ହେଉଥିବା ବେଳେ ଆମ୍ବୁଲାନ୍ସରେ ରୋଗୀ ଯିବା ବେଳେ ବହୁ ହୀନସ୍ତା ଭୋଗୁଛନ୍ତି। ଅନ୍ୟପଟେ ରାସ୍ତାରେ ଖାଲଖମା ଯୋଗୁ ବର୍ଷାପାଣି ଜମି ରହିବା ଫଳରେ ଗାଡ଼ିମୋଟର ଯିବା ଆସିବା ବେଳେ ଖାଲରେ ପଡ଼ି ଚାଳକମାନେ ଖଣ୍ଡିଆଖାବରା ହେଉଛନ୍ତି। ଖଣି ଅଞ୍ଚଳର ରାସ୍ତା, ଶିକ୍ଷା, ପାନୀୟଜଳ ଆଦିର ବ୍ୟବସ୍ଥା ପାଇଁ ଡିଏମ୍‌ଏଫ୍‌ (ଜିଲା ଖଣିଜ ପାଣ୍ଠି)ରୁ ଖର୍ଚ୍ଚ କରାଯିବା କଥା। ମାତ୍ର ତାହା କରାଯାଉନାହିଁ। ଏ ନେଇ ଅଞ୍ଚଳବାସୀ ଜିଲା ପ୍ରଶାସନ ଓ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବି ରାସ୍ତା ମରାମତି ବା ପୁନଃନିର୍ମାଣ କରାଯାଉ ନ ଥିବାରୁ ଅଞ୍ଚଳବାସୀ କ୍ଷୋଭ ପ୍ରକାଶ କରିଛନ୍ତି।
ସୂଚନାଥାଉ କି, ୨୦୧୭ ଫେବୃୟାରୀରେ ଟମକା-ମଙ୍ଗଳପୁର ଚାରିଥାକିଆ ରାସ୍ତା ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଚାରିଥାକିଆ ରାସ୍ତା ପାଇଁ ୨ ଥର ଟେଣ୍ଡର ହୋଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରୁନି। କେଉଁ କାରଣରୁ ରାସ୍ତା ନିର୍ମାଣ ଅଟକି ରହିଛି, ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଆର୍‌ଆଣ୍ଡବି ଏସ୍‌ଡିଓ ମନୋଜ ମହାପାତ୍ରଙ୍କୁ ପଚାରିବାରେ କ’ଣ ହୋଇଛି ମୁଁ କହିପାରିବି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri