ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି।

ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର) ରେ ହେବାକୁ ଥିବା ପରୀକ୍ଷାକୁ ଏବେ ମାର୍ଚ୍ଚ ୨୩, ୨୦୨୬ (ସୋମବାର) କୁ ଘୁଞ୍ଚାଇ ଦିଆଯାଇଛି। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଓଡ଼ିଆ ଭାଷା ବ୍ୟତୀତ ଅନ୍ୟ ସମସ୍ତ ମାତୃଭାଷା ପେପର ଯଥା- ହିନ୍ଦୀ, ବଙ୍ଗଳା, ତେଲୁଗୁ, ଉର୍ଦ୍ଦୁ, ସଂସ୍କୃତ, ଏବଂ ଆଲଟରନେଟିଭ୍ ଇଂରାଜୀ ଆଦି ପରୀକ୍ଷାଗୁଡ଼ିକ ବର୍ତ୍ତମାନ ମାର୍ଚ୍ଚ ୨୩ ରେ ସକାଳ ୧୦ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ସେହିପରି, ପୂର୍ବରୁ ମାର୍ଚ୍ଚ ୨୧, ୨୦୨୬ (ଶନିବାର) ରେ ଧାର୍ଯ୍ୟ ହୋଇଥିବା ପରୀକ୍ଷାକୁ ମାର୍ଚ୍ଚ ୨୫, ୨୦୨୬ (ବୁଧବାର) ରେ ପରିବର୍ତ୍ତନ କରାଯାଇଛି। ଏହି ପରିବର୍ତ୍ତନ କଳା ବିଭାଗର ଲଜିକ୍, ବାଣିଜ୍ୟ ବିଭାଗର ଆକାଉଣ୍ଟାନ୍ସି ଏବଂ ସମସ୍ତ ଭୋକେସନାଲ୍ ଟ୍ରେଡ୍ ସବଜେକ୍ଟ ପେପର-IV ପରୀକ୍ଷାର୍ଥୀଙ୍କୁ ପ୍ରଭାବିତ କରିବ। ଭୋକେସନାଲ୍ ବିଷୟର ପରୀକ୍ଷା ସେମାନଙ୍କ ପୂର୍ବ ନିର୍ଦ୍ଧାରିତ ମାର୍କ ଭିତ୍ତିକ ସମୟ ଅନୁଯାୟୀ (୪୦ ମାର୍କ ପାଇଁ ସକାଳ ୧୦ଟାରୁ ୧୨ଟା କିମ୍ବା ୫୦ ମାର୍କ ପାଇଁ ସକାଳ ୧୦ଟାରୁ ୧୨:୩୦ ପର୍ଯ୍ୟନ୍ତ) ଅନୁଷ୍ଠିତ ହେବ।

CHSE ସ୍ପଷ୍ଟ କରିଛି ଯେ ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷା-୨୦୨୬ ର ଅନ୍ୟ ସମସ୍ତ ତାରିଖ ଏବଂ ବିବରଣୀ ଅପରିବର୍ତ୍ତିତ ରହିବ। ପରିଷଦ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ପରୀକ୍ଷା କେନ୍ଦ୍ରକୁ ଏହି ପରିବର୍ତ୍ତନକୁ ଧ୍ୟାନ ଦେବା ସହ ବିଦ୍ୟାର୍ଥୀମାନଙ୍କୁ ଦ୍ୱନ୍ଦ୍ୱରୁ ଦୂରେଇ ରଖିବା ପାଇଁ ସୂଚନା ଫଳକ ଓ ୱେବସାଇଟ୍‌ରେ ତୁରନ୍ତ ଏହାକୁ ପ୍ରଦର୍ଶିତ କରିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପବନରେ ଉଡ଼ି କ୍ୟାଚ ଧରିଲେ ରୋହିତ, ଫିଲ୍ଡିଂ ଦେଖି ତାଜୁବ କ୍ରିକେଟ ଫ୍ୟାନ୍ସ! ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ନିଜ ଫିଲ୍ଡିଂର ମାନଦଣ୍ଡକୁ ଉଚ୍ଚସ୍ତରକୁ ନେଇଯାଇଛନ୍ତି ରୋହିତ ଶର୍ମା। ଚତୁର୍ଥ ଦିନିକିଆ ମ୍ୟାଚରେ ଆକାଶକୁ ଡେଇଁ ଫିନ ଆଲେନଙ୍କ…

ସୁନା-ରୁପା ଦରରେ ବଡ଼ ହ୍ରାସ, ୧ ଲକ୍ଷ ପାଖେଇଲା….

ନୂଆଦିଲ୍ଲୀ,୧୩।୧୧: ସୁନା ଓ ରୁପା ଦରରେ ହ୍ରାସ ଜାରି ରହିଛି । ସୁନା ଦରରେ ବଡ଼ ହ୍ରାସ ପରେ ୧୮ କ୍ୟାରେଟ୍‌ ସୁନାର ମୂଲ୍ୟ ମଧ୍ୟ ୧…

ଅଘୋଷିତ ନିର୍ଦ୍ଦେଶ: ଏଣିକି ମହିଳାଙ୍କ ଚିକିତ୍ସା କରିପାରିବେ ନାହିଁ ପୁରୁଷ ଡାକ୍ତର; ଏମରଜେନ୍ସିରେ ଜଣେ ପୁରୁଷ ଅଭିଭାବକଙ୍କ ଉପସ୍ଥିତି ବାଧ୍ୟତାମୂଳକ

କାବୁଲ,୧୩।୧୧: ଆଫଗାନିସ୍ତାନରେ, ତାଲିବାନj ଅଘୋଷିତ କଟକଣା ଯୋଗୁ ମହିଳାମାନଙ୍କ ପାଇଁ ମୌଳିକ ସ୍ବାସ୍ଥ୍ୟସେବା ପାଇବା ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି। ‘ଦି ଗାର୍ଡିଆନ’ (The Guardian) ଏବଂ ‘ଜାନ…

ଦାରିଙ୍ଗବାଡିରେ ପାରଦ ତଳମୁହାଁ: ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ…

ଦେବାଳୟ ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି: ମୂଲ୍ୟବାନ ସାମଗ୍ରୀ ଗାଏବ

ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି,…

ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର…

ରୋହିତ-ଇଶାନଙ୍କ ଭୁଲ ଭାରତକୁ ପଡ଼ିଲା ମହଙ୍ଗା, ବଡ଼ ଫାଇଦା ଉଠାଇଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚରେ ୱିଲ ୟଙ୍ଗ ଚମତ୍କାର ଶତକୀୟ ପାଳି ଖେଳିଛନ୍ତି। ତେବେ ତାଙ୍କୁ ମାତ୍ର…

ଚାଇନାରେ ପଦାର୍ପଣ କଲା କ୍ରିକେଟ୍‌: WCC ଲିଗ୍‌ର ଶୁଭାରମ୍ଭ, ଆସନ୍ତା ବର୍ଷ…

ବେଜିଂ,୧୩।୧୧:ଚାଇନାରେ କ୍ରିକେଟର ପ୍ରସାର ଓ ଲୋକପ୍ରିୟତା ବଢ଼ାଇବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଉଛି। ୱାଲର୍‌ଡ ଚାମ୍ପିୟନସିପ ଅଫ କ୍ରିକେଟ (WCC) ଓ ଡୋଙ୍ଗ୍ୟୁହୁଇ ସ୍ପୋର୍ଟସ (Dongyuehui…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?