ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି ଏଭଳି ସମସ୍ୟା। ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା ନ ଥିବାରୁ ଚୂଆପାଣି ପିଉଛନ୍ତି ଗ୍ରାମବାସୀ। ଖରା ହେଉ ବା ବର୍ଷା ସବୁ ଋତୁରେ ଏଭଳି ସମସ୍ୟା ଲାଗି ରହିଛି। ଗାଁ ରେ ରୁହନ୍ତି ୧୦ ପରିବାର। ବିଲ ମଝିରେ ଥିବା ଏକମାତ୍ର ନୂଆ ହିଁ ଏମାନଙ୍କ ସାହା ଭରଷା। ଖରାଦିନେ ଉକ୍ତ ଚୂଆରେ ପାଣି ଶୁଖି ଯାଉଥିବାବେଳେ ବର୍ଷାଦିନେ ବିଲ ପାଣି ଭରିଯାଉଛି। ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଦୂଷିତ ପାଣି ପିଇ ବିଭିନ୍ନ ସମୟରେ ରୋଗାକ୍ରାନ୍ତ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ନଳକୂପଟିଏ ଗାଁ ରେ ଖୋଳୁନାହିଁ। ଯଥାଶୀଘ୍ର ଗଁ। ରେ କୂଅ କିମ୍ବା ନଳକୂପ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି ଅଞ୍ଚଳବାସୀ। ଗତବର୍ଷ ବାଟାଗୁଡା ଗ୍ରାମ ପଞ୍ଚାୟତ ପକ୍ଷରୁ ସବାରକିଆ ଗାଁ ପାଇଁ କୂଅ ମଞ୍ଜୁର ହୋଇଥିଲା। ହେଲେ ଗାଁ ଲୋକେ ଖୋଳିଲେନି। ଫଣ୍ଡ ଆସିଲେ ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ବାଟାଗୁଡ଼ା ସରପଞ୍ଚ ମେନକା ମଲ୍ଲିକ। ଜିଲ୍ଲା ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri