Posted inଜାତୀୟ

ସିଆଇଡି-ସିବିଆଇ ମୁହାଁମୁହିଁ: ଲଲନ ଶେଖ ହାଜତ ମୃତ୍ୟୁ ମାମଲାରେ ୭ ସିବିଆଇ ଅଧିକାରୀଙ୍କ ବିରୋଧରେ ସିଆଇଡିର ଏଫଆଇଆର…

କୋଲକାତା,୧୪।୧୨ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସିବିଆଇ ହେପାଜତରେ ବାଗତୁଇ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଲଲନ ଶେଖଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିବା ସହ ସିବିଆଇ ଉପରେ ପ୍ରଶ୍ନ ଉଠାଇଛନ୍ତି। ରାଜ୍ୟ ସରକାର ସିଆଇଡି ଦ୍ୱାରା ଏହାର ଅନୁସନ୍ଧାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ବୁଧବାର ସିଆଇଡି ସିବିଆଇ ମୁହାଁମୁହିଁ ହୋଇଛନ୍ତି। ସିଆଇଡି ପକ୍ଷରୁ ୭ଜଣ ସିବିଆଇ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।

ମମତା କହିଛନ୍ତି, ସିବିଆଇ ହେପାଜତରେ କେହି କିପରି ମରିବେ? ମଙ୍ଗଳବାର ମେଘାଳୟ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଲଲନଙ୍କ ଅସାଧାରଣ ମୃତ୍ୟୁ ବିଷୟରେ କହିଥିଲେ ଯେ, ମୁଁ ଏହି ଘଟଣାକୁ ନିନ୍ଦା କରୁଛି। ଯଦି ସିବିଆଇ ଏତେ ସ୍ମାର୍ଟ ତେବେ ଜେଲରେ କେହି କିପରି ମରିବେ? ତାଙ୍କ ସ୍ତ୍ରୀ ଏଫଆଇଆର ଦାଖଲ କରିଛନ୍ତି ଆମେ ମଧ୍ୟ ଏହି ପ୍ରସଙ୍ଗ ଉଠାଇବୁ।

ଅନ୍ୟପକ୍ଷରେ ଲଲନଙ୍କ ସ୍ତ୍ରୀ ଏହାକୁ ହତ୍ୟା ବୋଲି କହିଥିବା ବେଳେ ସିବିଆଇ ଏହାକୁ ଆତ୍ମହତ୍ୟା ବୋଲି କହିଛି। ସୂଚନାଯୋଗ୍ୟ ଯେ ସୋମବାର ବାଗତୁଇ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଲଲନଙ୍କ ମୃତଦେହ ରାମପୁରହାଟରେ ଥିବା ଅସ୍ଥାୟୀ ସିବିଆଇ କ୍ୟାମ୍ପର ଶୌଚାଳୟରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ପୋଲିସ ଏହାର ତଦନ୍ତ କରୁଛି।

ସିବିଆଇ ଅଧିକାରୀ କହିଛନ୍ତି ଯେ ଲଲନ ଶେଖ ଆତ୍ମହତ୍ୟା କରିଛନ୍ତି। ତାଙ୍କ ସ୍ତ୍ରୀ ରେଶମା ବିବି ରାମପୁରହାଟ ଥାନାରେ ଅଭିଯୋଗ କରି କହିଛନ୍ତି ଯେ ସିବିଆଇ ଅଧିକାରୀମାନେ ତାଙ୍କ ସ୍ବାମୀଙ୍କୁ ହତ୍ୟା କରିବେ ବୋଲି ଧମକ ଦେଇଥିଲେ। ସିବିଆଇ ଦ୍ୱାରା ରେଶମା ବିବିଙ୍କ ଅଭିଯୋଗକୁ ଭିତ୍ତିହୀନ ବୋଲି କୁହାଯାଇଛି। ବୀରଭୂମ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିସାରିଛି। ବର୍ତ୍ତମାନ ତଦନ୍ତକୁ ସିଆଇଡିକୁ ହସ୍ତାନ୍ତର କରାଯାଇଛି।

ସିଆଇଡି ତଦନ୍ତ ଦାୟିତ୍ୱ ନେବା ମାତ୍ରେ ସିବିଆଇ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏଥିରେ ଡିଜି ଏବଂ ଏସପି ସ୍ତରୀୟ ଅଧିକାରୀ ଅନ୍ତର୍ଭୁକ୍ତ। ହତ୍ୟା ଏବଂ ଆଇପିସିର ଅନ୍ୟ ଧାରା ଅନ୍ତର୍ଗତ ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?