ଏସ୍‌-ଆଇଏଲ୍‌ଏଫ୍‌ ସହ ସିଆଇଆଇର ବୁଝାମଣା

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଏବଂ ସାସାକାୱା-ଇଣ୍ଡିଆ ଲେପ୍ରୋସି ଫାଉଣ୍ଡେଶନ ବା ଏସ୍‌-ଆଇଏଲ୍‌ଏଫ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏସ୍‌-ଆଇଏଲ୍‌ଏଫ୍‌ ଓ ସିଆଇଆଇ ମଧ୍ୟରେ ଏକ ବୁଝାମଣ ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହେବା ସହ ସହଭାଗିତାକୁ ନବୀକରଣ ମଧ୍ୟ କରାଯାଇଥିଲା, ଯାହା ଶିକ୍ଷା, ନିଯୁକ୍ତି ଓ ଅନ୍ତର୍ଭୁକ୍ତୀକରଣକୁ ପ୍ରୋତ୍ସାହିତ କରିବା ପ୍ରତି ସେମାନଙ୍କର ମିଳିତ ପ୍ରତିବଦ୍ଧତାକୁ ସୁଦୃଢ କରିଛି। ଅପରପକ୍ଷରେ ଏସ୍‌-ଆଇଏଲ୍‌ଏଫ୍‌ର ୧୮ତମ ପ୍ରତିଷ୍ଠା ଦିବସ ନୂଆଦିଲ୍ଲୀର ବିଶ୍ୱ ଯୁବକ କେନ୍ଦ୍ର (ଭିୱାଇକେ) ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁଷ୍ଠରୋଗରେ ପୀଡ଼ିତ ବ୍ୟକ୍ତି ଓ ତାଙ୍କ ପରିବାରକୁ ସଶକ୍ତ କରିବା, ଅନ୍ତର୍ଭୁକ୍ତୀକରଣକୁ ତ୍ୱରାନ୍ବିତ କରିବା ଏବଂ ଅପବାଦ ଓ ଭେଦଭାବର ମୁକାବିଲା କରିବା ଦିଗରେ ଦୁଇ ଦଶନ୍ଧିର ଉତ୍ସର୍ଗୀକୃତ ପ୍ରୟାସକୁ ଚିହ୍ନିତ କରିଛି। ଏହି ଅବସରରେ ସାଂସଦ ବୈଜୟନ୍ତ ପଣ୍ଡା,ଡବ୍ଲ୍ୟୁଏଚ୍‌ଓ ଗୁଡ୍‌ୱିଲ ଆମ୍ବାସାଡର ଫର ଲେପ୍ରୋସି ଏଲିମିନେଶନ, ୟୋହେଇ ସାସାକାୱା, ସିଆଇଆଇର ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ,ଏସ୍‌-ଆଇଏଲ୍‌ଏଫ୍‌ର ଅଧ୍ୟକ୍ଷ ତରୁଣ ଦାସ ଏବଂ ଆସୋସିଏଶନ ଅଫ୍‌ ପିପୁଲ ଆଫେକ୍ଟେଡ ବାଏ ଲେପ୍ରୋସି (ଏପିଏଏଲ୍‌)ର ଅଧ୍ୟକ୍ଷ ମାୟା ରାଣାବାରେଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ। ଏହି ପରିେପ୍ରେକ୍ଷୀରେ ଏସ୍‌-ଆଇଏଲ୍‌ଏଫ୍‌ର ଅଧ୍ୟକ୍ଷ ତରୁଣ ଦାସ କହିଥିଲେ, ଏକ ଅପବାଦ-ମୁକ୍ତ ସମାଜ ସୃଷ୍ଟି କରିବା କ୍ଷେତ୍ରରେ ଆମର ପ୍ରାୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri