ସିଆଇଆଇର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୪।୩: ଭାରତୀୟ ଶିଳ୍ପ ମହାସଂଘ ( କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି ବା ସିଆଇଆଇ)ର ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦ ଏବଂ ଇଣ୍ଡିଆନ ଓ୍ବିମେନ୍‌ ନେଟ୍‌ଓ୍ବର୍କ (ଆଇଡବ୍ଲ୍ୟୁଏନ୍‌) ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଉଇ ଓ୍ବିମେନ୍‌: ଦି ଚେଞ୍ଚ କ୍ରିଏଟର’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ଏହି ଅବସରରେ ସିଆଇଆଇ ଆଇଡବ୍ଲ୍ୟୁଏନ୍‌ ଓଡ଼ିଶାର ଅଧ୍ୟକ୍ଷା ମୋନାଲିସା ପଣ୍ଡା ସ୍ବାଗତ ଅଭିଭାଷଣ ପ୍ରଦାନ ସହ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିବାବେଳେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ପ୍ରଦୀପ୍ତ ମହାନ୍ତି, ପୂର୍ବତନ ଅଧ୍ୟକ୍ଷ ଶଶୀ ଶେଖର ମହାନ୍ତି, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓଡ଼ିଶା ଅନୁ ଗର୍ଗ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେହିଭଳି କର୍ମଶାଳାର ପ୍ରଥମ ଅଧିବେଶନରେ ନିମନ୍ତ୍ରିତ ଅତିଥିମାନେ ‘ଉଇ ଓ୍ବିମେନ: ଦି ଚେଞ୍ଚ କ୍ରିଏଟର’ର ଆଭିମୁଖ୍ୟ ଓ ବର୍ତ୍ତମାନ ସମୟରେ ମହିଳାଙ୍କ ଅଂଶ ଗ୍ରହଣ ଆଦି ସମ୍ପର୍କରେ ବିସ୍ତୃତ ଚର୍ଚ୍ଚା ଓ ଆଲୋଚନା କରିଥିଲାବେଳେ କର୍ମଶାଳାର ୨ୟ ଅଧିବେଶନରେ କଳିଙ୍ଗ ହସ୍ପିଟାଲର ଏମ୍‌ଡି ନିଲଞ୍ଜନା ମୁଖାର୍ଜୀ, ସିଆଇଆଇ ଆଇଡବ୍ଲ୍ୟୁଏନ୍‌ର ପୂର୍ବତନ ଅଧ୍ୟକ୍ଷା ଜୟଶ୍ରୀ ମହାନ୍ତି,ଅଭିନେତ୍ରୀ ଅନୁ ଚୌଧୁରୀ, କଣ୍ଠଶିଳ୍ପୀ ସୁସ୍ମିତା ଦାସ, ଏଏମ୍‌ଏନ୍‌ଏସ୍‌ର ମୁଖ୍ୟ (ସିଏ) ସୁପର୍ଣ୍ଣା ନନ୍ଦ ଏବଂ ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଓ୍ବିମେନ ଇନ୍‌ ଲଡରଶିପ: ବ୍ରେକିଂ ବାରିଅର ଆଣ୍ଡ ସେପିଂ ଦି ଫ୍ୟୁଚର’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ପରିଶେଷରେ ସିଆଇଆଇ ଆଇଡବ୍ଲ୍ୟୁଏନ୍‌ ଓଡ଼ିଶାର କୋ-ଚେୟାରମ୍ୟାନ ଜୁବିନା ଅଲ୍ଲୀ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri