ସିଆଇଆଇର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୪।୩: ଭାରତୀୟ ଶିଳ୍ପ ମହାସଂଘ ( କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି ବା ସିଆଇଆଇ)ର ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦ ଏବଂ ଇଣ୍ଡିଆନ ଓ୍ବିମେନ୍‌ ନେଟ୍‌ଓ୍ବର୍କ (ଆଇଡବ୍ଲ୍ୟୁଏନ୍‌) ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଉଇ ଓ୍ବିମେନ୍‌: ଦି ଚେଞ୍ଚ କ୍ରିଏଟର’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ଏହି ଅବସରରେ ସିଆଇଆଇ ଆଇଡବ୍ଲ୍ୟୁଏନ୍‌ ଓଡ଼ିଶାର ଅଧ୍ୟକ୍ଷା ମୋନାଲିସା ପଣ୍ଡା ସ୍ବାଗତ ଅଭିଭାଷଣ ପ୍ରଦାନ ସହ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିବାବେଳେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ପ୍ରଦୀପ୍ତ ମହାନ୍ତି, ପୂର୍ବତନ ଅଧ୍ୟକ୍ଷ ଶଶୀ ଶେଖର ମହାନ୍ତି, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓଡ଼ିଶା ଅନୁ ଗର୍ଗ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେହିଭଳି କର୍ମଶାଳାର ପ୍ରଥମ ଅଧିବେଶନରେ ନିମନ୍ତ୍ରିତ ଅତିଥିମାନେ ‘ଉଇ ଓ୍ବିମେନ: ଦି ଚେଞ୍ଚ କ୍ରିଏଟର’ର ଆଭିମୁଖ୍ୟ ଓ ବର୍ତ୍ତମାନ ସମୟରେ ମହିଳାଙ୍କ ଅଂଶ ଗ୍ରହଣ ଆଦି ସମ୍ପର୍କରେ ବିସ୍ତୃତ ଚର୍ଚ୍ଚା ଓ ଆଲୋଚନା କରିଥିଲାବେଳେ କର୍ମଶାଳାର ୨ୟ ଅଧିବେଶନରେ କଳିଙ୍ଗ ହସ୍ପିଟାଲର ଏମ୍‌ଡି ନିଲଞ୍ଜନା ମୁଖାର୍ଜୀ, ସିଆଇଆଇ ଆଇଡବ୍ଲ୍ୟୁଏନ୍‌ର ପୂର୍ବତନ ଅଧ୍ୟକ୍ଷା ଜୟଶ୍ରୀ ମହାନ୍ତି,ଅଭିନେତ୍ରୀ ଅନୁ ଚୌଧୁରୀ, କଣ୍ଠଶିଳ୍ପୀ ସୁସ୍ମିତା ଦାସ, ଏଏମ୍‌ଏନ୍‌ଏସ୍‌ର ମୁଖ୍ୟ (ସିଏ) ସୁପର୍ଣ୍ଣା ନନ୍ଦ ଏବଂ ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଓ୍ବିମେନ ଇନ୍‌ ଲଡରଶିପ: ବ୍ରେକିଂ ବାରିଅର ଆଣ୍ଡ ସେପିଂ ଦି ଫ୍ୟୁଚର’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ପରିଶେଷରେ ସିଆଇଆଇ ଆଇଡବ୍ଲ୍ୟୁଏନ୍‌ ଓଡ଼ିଶାର କୋ-ଚେୟାରମ୍ୟାନ ଜୁବିନା ଅଲ୍ଲୀ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri