ଗମନାଗମନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରିବ ସିଆଇଏମ୍‌

ନୂଆଦିଲ୍ଲୀ,୧୯।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଟାଟା ଷ୍ଟିଲ୍‌ ପକ୍ଷରୁ ନିକଟରେ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ମାଡ୍ରାସ ରିସର୍ଚ୍ଚ ପାର୍କରେ ସେଣ୍ଟର ଫର୍‌ ଇନୋଭେସନ୍‌ ଇନ୍‌ ମୋବିଲିଟି (ସିଆଇଏମ୍‌) ସ୍ଥାପନ କରାଯାଇଛି। ବିଶେଷକରି ଭାରତର ଗମନାଗମନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରିବା ଲାଗି ଏହା ବେଶ୍‌ ସହାୟକ ହେବ ବୋଲି କୁହାଯାଇଛି। ଏହା ଶିକ୍ଷାନୁଷ୍ଠାନ ଓ ଗମନାଗମନ ଶିଳ୍ପ ସହ ମିଳିତଭାବେ କାର୍ଯ୍ୟ କରିବ। ଏପରିକି ଅଟୋମୋଟିଭ୍‌, ରେଳବାଇ ଓ ହାଇପର୍‌ଲୁପ୍‌ ଭଳି ବର୍ତ୍ତମାନ ଏବଂ ଭବିଷ୍ୟତର ଗମନାଗମନ ସୁବିଧା ଲାଗି ଉକ୍ତ କେନ୍ଦ୍ର ଏକ ପ୍ରୟୋଗାତ୍ମକ ପ୍ରଯୁକ୍ତି ବିକାଶ କରିବ। ସେହିଭଳି ଏହି ନୂଆ ଗବେଷଣା ଓ ବିକାଶ କେନ୍ଦ୍ରରେ ସିଏଡି, ସିଏଇ, ଏକ୍ସପେରିମେଣ୍ଟାଲ ରୋଲ୍‌ ଫର୍ମିଂ, ଡାଇନାମିକ୍‌ ଡେଣ୍ଟ୍‌ ଟେଷ୍ଟ ସିଷ୍ଟମ୍‌, ଏଆର୍‌-ଭିଆର୍‌ ଏକ୍ସପେରିଏନ୍ସ ସେଣ୍ଟର ଏବଂ ଗାଡ଼ିର ପୂର୍ଣ୍ଣାଙ୍ଗ ମାନଦଣ୍ଡ ନିର୍ଦ୍ଧାରଣର ବ୍ୟବସ୍ଥା ରହିବ। ପୂର୍ବରୁ ଜାମଶେଦପୁରଠାରେ ମଧ୍ୟ ଏକ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ସ୍ଥାପନ ହୋଇଥିଲା।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଏମ୍‌ଡି ଓ ସିଇଓ ଟି.ଭି.ନରେନ୍ଦ୍ରନ କହିଛନ୍ତି, ଭବିଷ୍ୟତର ନିରବଚ୍ଛିନ୍ନ, ସୁରକ୍ଷିତ ଓ ସୁଲଭ ଗମନାଗମନ ସମାଧାନ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଉପକରଣ ଯୋଗାଣକାରୀଙ୍କ ସହଯୋଗରୁ ଆବିଷ୍କୃତ ହେବ, ନବସୃଜନ ଓ ଉନ୍ନତ ପ୍ରଯୁକ୍ତି ଉପରେ ଅତୁଳନୀୟ ଧ୍ୟାନ ରହିଥିବାରୁ ଗ୍ରାହକମାନଙ୍କୁ ପ୍ରତିଟି କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦାନ କରିବା ଏବଂ ଅଗ୍ରଗାମୀ ପ୍ରଯୁକ୍ତି ବିକାଶରେ ସର୍ବଦା ଆଗରେ ରହିବାକୁ ଟାଟା ଷ୍ଟିଲ୍‌ ପ୍ରତିବଦ୍ଧ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri