ଗମନାଗମନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରିବ ସିଆଇଏମ୍‌

ନୂଆଦିଲ୍ଲୀ,୧୯।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଟାଟା ଷ୍ଟିଲ୍‌ ପକ୍ଷରୁ ନିକଟରେ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ମାଡ୍ରାସ ରିସର୍ଚ୍ଚ ପାର୍କରେ ସେଣ୍ଟର ଫର୍‌ ଇନୋଭେସନ୍‌ ଇନ୍‌ ମୋବିଲିଟି (ସିଆଇଏମ୍‌) ସ୍ଥାପନ କରାଯାଇଛି। ବିଶେଷକରି ଭାରତର ଗମନାଗମନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରିବା ଲାଗି ଏହା ବେଶ୍‌ ସହାୟକ ହେବ ବୋଲି କୁହାଯାଇଛି। ଏହା ଶିକ୍ଷାନୁଷ୍ଠାନ ଓ ଗମନାଗମନ ଶିଳ୍ପ ସହ ମିଳିତଭାବେ କାର୍ଯ୍ୟ କରିବ। ଏପରିକି ଅଟୋମୋଟିଭ୍‌, ରେଳବାଇ ଓ ହାଇପର୍‌ଲୁପ୍‌ ଭଳି ବର୍ତ୍ତମାନ ଏବଂ ଭବିଷ୍ୟତର ଗମନାଗମନ ସୁବିଧା ଲାଗି ଉକ୍ତ କେନ୍ଦ୍ର ଏକ ପ୍ରୟୋଗାତ୍ମକ ପ୍ରଯୁକ୍ତି ବିକାଶ କରିବ। ସେହିଭଳି ଏହି ନୂଆ ଗବେଷଣା ଓ ବିକାଶ କେନ୍ଦ୍ରରେ ସିଏଡି, ସିଏଇ, ଏକ୍ସପେରିମେଣ୍ଟାଲ ରୋଲ୍‌ ଫର୍ମିଂ, ଡାଇନାମିକ୍‌ ଡେଣ୍ଟ୍‌ ଟେଷ୍ଟ ସିଷ୍ଟମ୍‌, ଏଆର୍‌-ଭିଆର୍‌ ଏକ୍ସପେରିଏନ୍ସ ସେଣ୍ଟର ଏବଂ ଗାଡ଼ିର ପୂର୍ଣ୍ଣାଙ୍ଗ ମାନଦଣ୍ଡ ନିର୍ଦ୍ଧାରଣର ବ୍ୟବସ୍ଥା ରହିବ। ପୂର୍ବରୁ ଜାମଶେଦପୁରଠାରେ ମଧ୍ୟ ଏକ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ସ୍ଥାପନ ହୋଇଥିଲା।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଏମ୍‌ଡି ଓ ସିଇଓ ଟି.ଭି.ନରେନ୍ଦ୍ରନ କହିଛନ୍ତି, ଭବିଷ୍ୟତର ନିରବଚ୍ଛିନ୍ନ, ସୁରକ୍ଷିତ ଓ ସୁଲଭ ଗମନାଗମନ ସମାଧାନ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଉପକରଣ ଯୋଗାଣକାରୀଙ୍କ ସହଯୋଗରୁ ଆବିଷ୍କୃତ ହେବ, ନବସୃଜନ ଓ ଉନ୍ନତ ପ୍ରଯୁକ୍ତି ଉପରେ ଅତୁଳନୀୟ ଧ୍ୟାନ ରହିଥିବାରୁ ଗ୍ରାହକମାନଙ୍କୁ ପ୍ରତିଟି କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦାନ କରିବା ଏବଂ ଅଗ୍ରଗାମୀ ପ୍ରଯୁକ୍ତି ବିକାଶରେ ସର୍ବଦା ଆଗରେ ରହିବାକୁ ଟାଟା ଷ୍ଟିଲ୍‌ ପ୍ରତିବଦ୍ଧ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri