ଅଗଷ୍ଟରୁ ଖୋଲିପାରେ ସିନେମା ହଲ୍‌!

ନୂଆଦିଲ୍ଲୀ,୨୫।୭: କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ଭଳି ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ଦେଶରେ ମାର୍ଚ୍ଚରୁ ସିନେମା ହଲ୍‌ ବନ୍ଦ ଥିବା ବେଳେ ପ୍ରଯୋଜକ ଓ ସିନେମା ହଲ୍‌ ମାଲିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଇତିମଧ୍ୟରେ ଶନିବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସିନେମା ହଲ୍‌କୁ ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏକ ପ୍ରସ୍ତାବ ଦିଆଯାଇଛି। ଆସନ୍ତା ଅଗଷ୍ଟରୁ ଦେଶରେ ସିନେମା ହଲ୍‌ ଖୋଲିବା ପାଇଁ ମନ୍ତ୍ରଣାଳୟ ସଚିବ ଅମିତ ଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଚିବ ଅଜୟ ଭଲ୍ଲାଙ୍କୁ ଏକ ପ୍ରସ୍ତାବ ଦେଇଛନ୍ତି। ଅଗଷ୍ଟ ୧ରୁ ପୁରା ଦେଶରେ ସିନେମା ହଲ୍‌ ଖୋଲିବାକୁ ଅନୁମତି ଦିଆଯାଉ। ଏଥିପାଇଁ ଅମିତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏକ ପରାମର୍ଶ ଦେଇଛନ୍ତି। ଏଥିପାଇଁ ହଲ୍‌ରେ ପ୍ରଥମ ଧାଡିରେ ଗୋଟେ ସିଟ୍‌ ଛାଡ଼ି ଆଉ ଗୋଟିଏ ସିଟ୍‌ରେ ଦର୍ଶକ ବସିବେ ଏବଂ ଏହାର ପଛ ଭାଗକୁ ସମ୍ପୁର୍ଣ୍ଣ ଖାଲି ରଖାଯିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି ନିୟମ ପୁରା ହଲ୍‌ରେ ଥିବା ସମସ୍ତ ସିଟ୍‌ଗୁଡିକରେ ଲାଗୁ ହେବ। ଅନ୍ୟପଟେ ଏହି ପ୍ରସ୍ତାବ ଉପରେ ହଲ୍‌ ମାଲିକ ରାଜି ନୁହଁନ୍ତି। କାରଣ ତାଙ୍କ କହିବା ଅନୁସାରେ ଏଭଳି ହେଲେ ଥରେ ଶୋ’ରେ ମାତ୍ର ୨୫ପ୍ରତିଶତ ଦର୍ଶକ ଫିଲ୍ମ ଦେଖିପାରିବେ। ଯାହାଦ୍ୱାରା ବହୁ କ୍ଷତି ସହିବାକୁ ପଡ଼ିବ। ଏହା ଅପେକ୍ଷା ସିନେମା ହଲ୍‌କୁ ଖୋଲିବା ପରିବର୍ତ୍ତେ ବନ୍ଦ ରଖାଯାଉ। ସୂଚନାଯୋଗ୍ୟ, ଜୁଲାଇ ୩୧ରେ ଦ୍ୱିତୀୟ ପର୍ଯ୍ୟାୟ ଅନଲକ୍‌ ଶେଷ ହେବାକୁ ଯାଉଛି। ତେବେ ଅଗଷ୍ଟ ୧ରୁ ଅନଲକ୍‌-୩ ପାଇଁ ନୂଆ ଗାଇଡ୍‌ଲାଇନ ଜାରି ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ଅମିତ ସିନେମା ହଲ୍‌ ଖୋଲିବାକୁ ପ୍ରସ୍ତାବ ଦେଇଥିବା ସୂଚନା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri