ଖୋଲିପାରେ ସିନେମା ହଲ୍‌

ନୂଆଦିଲ୍ଲୀ,୨୯।୯: ଦେଶବ୍ୟାପୀ ଅନ୍‌ଲକ୍‌ ୪.୦ ସେପ୍ଟେମ୍ବର ୩୦ରେ ଶେଷ ହେଉଛି। ଅକ୍ଟୋବର ୧ରୁ ଅନ୍‌ଲକ୍‌ ୫.୦ ଆରମ୍ଭ ହେବ। ଆର୍ଥିକ କାର୍ଯ୍ୟକଳାପକୁ ସ୍ବାଭାବିକ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଥିବାବେଳେ ଅନ୍‌ଲକ୍‌ ୫.୦ରେ ବଡ଼ ବଡ଼ ମଲ୍‌, ଜିମ୍‌, ବାର୍‌, ସିନେମା ହଲ୍‌, ସେଲୁନ୍‌, ରେଷ୍ଟୁରାଣ୍ଟ ଆଦି ସମ୍ପୂର୍ଣ୍ଣ ଖୋଲିପାରେ ବୋଲି କୁହାଯାଉଛି। ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଟକଣା ସହ ଏ ସବୁ ଆଂଶିକ ଖୋଲିଥିବାବେଳେ ସିନେମା ହଲ୍‌ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯାଇ ନ ଥିଲା। ଏଥିସହ ପର୍ଯ୍ୟଟନ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇପାରେ ବୋଲି ଅନୁମାନ କରାଯାଉଛି। ଫେଷ୍ଟିଭ୍‌ ସିଜନକୁ ଆଖିଆଗରେ ରଖି ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିବାର ସମ୍ଭାବନା ରହିଛି। ଅନ୍‌ଲକ୍‌ ୪.୦ରେ ସରକାର ମେଟ୍ରୋ ସେବା ଆରମ୍ଭ କରିବାକୁ ଅନୁମତି ପ୍ରଦାନ କରିଥିଲେ। ଏଥିସହ ସେପ୍ଟେମ୍ବର ୨୧ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ଲାଗି ସ୍କୁଲ ଆଂଶିକ ଖୋଲିବାକୁ ଅନୁମତି ପ୍ରଦାନ କରିଥିଲେ। ପ୍ରାଥମିକ ସ୍କୁଲ ଖୋଲିବାର ସମ୍ଭାବନା କମ୍‌ ରହିଥିବାବେଳେ ସ୍ଥିତି ଅଧିକ ସ୍ବାଭାବିକ କରିବାଲାଗି ସରକାର ପ୍ରୟାସ କରିପାରନ୍ତି। କରୋନା ସଂକ୍ରମଣ କମି ନ ଥିଲେ ହେଁ ଏଥର ଅନେକ କିଛି ଆର୍ଥିକ କାର୍ଯ୍ୟକଳାପ ସ୍ବାଭାବିକ ସ୍ଥିତିକୁ ଫେରିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି ଆର୍ଥିକ କାର୍ଯ୍ୟକଳାପ ସ୍ବାଭାବିକ କରିବା ଉପରେ ଅଧିକ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri